ଯାହା ପଢ଼ିବାକୁ ଦେବୁ ତାହା ନ ପଢ଼ିିଲେ ବିଧାୟକଙ୍କ ହାତଧରି ମଞ୍ଚରୁ ଓହ୍ଲାଇ ଦେବୁ: କାହିଁକି ଏମିତି କହିଲେ…

ମଙ୍ଗଳବାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ କୋରାପୁଟ ଜିଲା ଜୟପୁର ସହରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଭାଷଣକୁ ନେଇ ଭାଜପାର ପୂର୍ବତନ ବିଧାୟକ ପ୍ରାର୍ଥୀ ଗୌତମ ସାମନ୍ତରାୟ ଓ କେତେଜଣ କର୍ମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିଧାୟକ ବାହିନୀପତି ତାଙ୍କ ଭାଷଣରେ କହିଥିଲେ, ନିର୍ବାଚନ ପୂର୍ବରୁ ଓଡ଼ିଶାର ସମସ୍ତ ମହିଳାଙ୍କୁ ୫୦ ହଜାର ଟଙ୍କା ଦେବାକୁ ଭାଜପା ଇସ୍ତାହାରରେ କହିଥିଲା। କିନ୍ତୁ ନିର୍ବାଚନ ସରିଗଲା ପରେ ସରକାର ଯେଉଁ ଇସ୍ତାହାର ଦେଇଥିଲେ ସେହି ଆଧାରରେ ତାହା ପୂରଣ କରିପାରିଲେ ନାହଁ। ଯେଉଁ ବିଧବା ମା’ ଓ ଭଉଣୀମାନେ ରହିଛନ୍ତି ସେମାନଙ୍କୁ ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ କରାଗଲା ନାହିଁ। ଏହା ଦୁର୍ଭାଗ୍ୟର କଥା, କାରଣ କମ୍‌ ବୟସର ମା’ ଓ ଭଉଣୀମାନେ ବିଧବା ହୋଇ ରହିଛନ୍ତି। ସେମାନେ ହାତରେ ଗୋଟିଏ ଆଉ କାଖରେ ଗୋଟିଏ ପିଲା ଧରି ଖଟି ଖାଉଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ନିର୍ବାଚନ ପୂର୍ବରୁ ଗୋଟିଏ କଥା କହିଥିଲେ କିନ୍ତୁ ଆଜି ତାହା ପୂରଣ କରିବାରେ ଅସଫଳ ହୋଇଛନ୍ତି। ତେଣୁ ଯେଉଁ ବିଧବା ମା’ ଓ ଭଉଣୀମାନେ ଏଥିରୁ ବଞ୍ଚିତ ରହିଛନ୍ତି ସେମାନଙ୍କୁ ମଧ୍ୟ ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାରା ଅନୁରୋଧ କରିଛନ୍ତି। ଆଗାମୀ ଦିନରେ ବିଧାନସଭାରେ ମଧ୍ୟ ଏକଥା ଉଠାଇବେ ବୋଲି ସେ କହିଥିଲେ।
ତାରା ପୁଣି କହିଛନ୍ତି, ୨ କିସ୍ତିରେ ସରକାର ଯଦି ମା’, ଭଉଣୀଙ୍କୁ ସୁଭଦ୍ରା ଯୋଜନା ଟଙ୍କା ଦେଇଥାନ୍ତେ ତେବେ ସେମାନେ ସ୍ବାବଲମ୍ବୀ ହୋଇପାରିଥାନ୍ତେ। ୫ ବର୍ଷ ଭିତରେ ୫୦ ହଜାର ଟଙ୍କା ସରକାର ଦେବେ, ଏ ପଦକ୍ଷେପକୁ ଆମେ ସ୍ବାଗତ କରୁଛୁ। କିନ୍ତୁ ୨ କିସ୍ତିରେ ଟଙ୍କା ପ୍ରଦାନ କରାଯାଇଥିଲେ ସେମାନେ ସ୍ବାବଲମ୍ବୀ ହେବା ସହଜ ହୋଇପାରିଥାନ୍ତା ବୋଲି ସେ କହିଥିଲେ। ଏହାକୁ ମଞ୍ଚ ତଳେ ବସିଥିବା ଭାଜପା ନେତା ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ଗୌତମ ସାମନ୍ତରାୟ ବିରୋଧ କରିବା ସହ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ସହ ଯୁକ୍ତି କରିଥିଲେ। ଆଗାମୀ କୌଣସି କାର୍ଯ୍ୟକ୍ରମରେ ଆମେ ଯାହା ପଢ଼ିବାକୁ ଦେବୁ ତାହା ବିଧାୟକ ପଢ଼ିିବେ, ନ ହେଲେ ହାତଧରି ମଞ୍ଚରୁ ଓହ୍ଲାଇ ଦେବୁ ବୋଲି ଗୌତମ କହିଥିଲେ। ତାଙ୍କ ସମର୍ଥକମାନେ ମଧ୍ୟ ଜୟପୁର ବିଡିଓ ଶକ୍ତି ମହାପାତ୍ର ଏବଂ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜୟପୁରରୁ ବଦଳିକରିବା ପାଇଁ ଚେତାବନୀ ଦେଇଥିଲେ। ଏହି ଘଟଣାକୁ ସାଧାରଣରେ ତୀବ୍ର ନିନ୍ଦା କରାଯାଇଛି। କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବା କେତେକ ମହିଳା ବିଧାୟକ ବାହିନୀପତି ଯାହା କହିଲେ ତାହା ସତ୍ୟ ବୋଲି କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri