Posted inଖେଳ

ଆଉ ଯନ୍ତ୍ରଣାଦାୟକ ୧୨ ଘଣ୍ଟା ବାକି ଅଛି, କାହିଁକି ଏମିତି କହିଲେ ଧୋନୀ

ଦୁବାଇ,୨୬।୧୦:ଆଇପିଏଲର ଚଳିତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ଲେଅଫ୍‌ ଦୌଡରୁ ବାଦ୍‌ ପଡିଛି। ଦଳକୁ ଆଉ ମାତ୍ର ଦୁଇଟି ମ୍ୟାଚ୍‌ ଖେଳିବାର ଅଛି। ଚେନ୍ନାଇ ଯଦି ପରବର୍ତ୍ତୀ ଦୁଇଟି ମ୍ୟାଚ ଜିତିବ କେବଳ ୧୨ ପଏଣ୍ଟ ନେଇ ଚଳିତ ଆଇପିଏଲ୍‌ ଯାତ୍ରା ଶେଷ କରିବ। ପ୍ଲେଅଫ୍‌ରୁ ଦଳ ବାଦ୍‌ ପଡିବା ପରେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ମୁହଁରେ ସେତେଟା ଖୁସି ନ ଥିଲା। ତାଙ୍କ ମୁହଁରେ ବିଷାଦ ଥିବା ସ୍ପଷ୍ଟ ବାରି ହୋଇପଡିଥିଲା। ରୟାଲ୍‌ ଚ୍ୟାଲେଞ୍ଜର୍ସ ବିପକ୍ଷ ମ୍ୟାଚ୍‌ ୮ ଉଇକେଟ୍‌ରେ ଜିତିବା ପରେ ଧୋନୀ କହିଛନ୍ତି, ଭଲ ପ୍ରଦର୍ଶନ ନ କରିବା କଷ୍ଟଦାୟକ। ଆମର ଶେଷ ଯନ୍ତ୍ରଣାଦାୟକ ୧୨ ଘଣ୍ଟା ଟୁର୍ନାମେଣ୍ଟରେ ବାକି ଅଛି। ଆମକୁ ଏହାକୁ ସମ୍ପୂର୍ଣ୍ଣ ଉପଭୋଗ କରିବାକୁ ପଡିବ। ଆମେ ପଏଣ୍ଟ ଟେବୁଲରେ କେଉଁଠାରେ ଥାଉ ଏହା ଗୁରୁତ୍ୱପୂର୍ଣ୍ଣ ନୁହେଁ। ଯଦି ଆପଣ କ୍ରିକେଟ ଉପଭୋଗ କରୁନାହାଁନ୍ତି, ତେବେ ଏହା ନିଷ୍ଠୁର ଏବଂ ଯନ୍ତ୍ରଣାଦାୟକ ହୋଇପାରେ। ଯୁବ ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ମୁଁ ଖୁସି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଆଇପିଏଲ ଇତିହାସର ୧୩ ବର୍ଷରେ ପ୍ରଥମ ଥର ପାଇଁ ଚେନ୍ନାଇ ପ୍ଲେ ଅଫ ରେସରୁ ଓହରିଯାଇଛିି। ୨୦୦୮ରେ ଆଇପିଏଲ ଆରମ୍ଭ ହୋଇଥିଲା ଏବଂ ଧୋନୀଙ୍କ ଦଳ ପ୍ରଥମ ସିଜନରେ ଫାଇନାଲକୁ ଯାଇଥିଲା। ତେବେ ଫାଇନାଲରେ ରାଜସ୍ଥାନ ରୟାଲ୍ସଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଚେନ୍ନାଇ ଦଳ ୨୦୧୬ ଏବଂ ୨୦୧୭ରେ ନିଲମ୍ବିତ ହୋଇଥିଲା ଏବଂ ୨୦୧୮ରେ ପ୍ରତ୍ୟାବର୍ତ୍ତନ ସହିତ ଚେନ୍ନାଇ ତୃତୀୟ ଥର ପାଇଁ ଆଇପିଏଲ ଟ୍ରଫି ଜିତିଥିଲା। ୨୦୧୯ରେ ଚେନ୍ନାଇ ଦଳ ପୁଣି ଥରେ ଫାଇନାଲରେ ପ୍ରବେଶ କରି ମୁମ୍ବାଇଠାରୁ ହାରିଯାଇଥିଲା। କିନ୍ତୁ ୨୦୨୦ରେ ଚେନ୍ନାଇ ପଏଣ୍ଟ ତାଲିକାର ଶେଷ ସ୍ଥାନରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri