ରାଶନ ପାଇଁ ଯିବାକୁ ପଡୁଛି ୮ କି.ମି.

ଭଦ୍ରକ ଅଫିସ,୧୬।୭ ଭଦ୍ରକ ଜିଲା ବନ୍ତ ବ୍ଲକର ଆଡ଼ିଆ ପଞ୍ଚାୟତ ଅଧୀନ ଜିରିଣା-ଆଡ଼ିଆ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖରାଦିନେ ଅଣଓସାରିଆ ମାଟି ରାସ୍ତା ଆଉ ବର୍ଷା ଦିନେ କାଦୁଅ ପଚପଚ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏହି ରାସ୍ତା ଉପରେ ନିର୍ଭର କରୁଥିବା ୫ ଗ୍ରାମର ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ରାସ୍ତା ଅବସ୍ଥା ସୁଧୁରୁନି।
ପଞ୍ଚାୟତ ସଦର ମହକୁମାକୁ ଯିବା ପାଇଁ ସବୁଦିନିଆ ରାସ୍ତାଟିଏ ଏପର୍ଯ୍ୟନ୍ତ ନିର୍ମାଣ ହୋଇପାରି ନାହିଁ। ଜିରିଣା, ନିମଗଢ଼ିଆ, ବରଗଢ଼ିଆ, ବାହାଦଲପୁର ଓ ନଳିତାଗଢ଼ିଆ ଗ୍ରାମର ଆନୁମାନିକ ୪ଶହରୁ ଊର୍ଦ୍ଧ୍ୱ ପରିବାରର ୨ହଜାର ଲୋକ ଏହି ରାସ୍ତା ଉପରେ ନିର୍ଭରଶୀଳ। ଛାତ୍ରୀଛାତ୍ର ଆଡ଼ିଆସ୍ଥିତ ଉଚ୍ଚ ବିଦ୍ୟାଳୟକୁ ପାଠ ପଢ଼ିବା ଏହି ରାସ୍ତା ଦେଇ ଆସିଥାନ୍ତି। ରାଶନ ସାମଗ୍ରୀ ପାଇଁ ହିତାଧିକାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବାକୁ ପଡ଼ିଥାଏ। ବର୍ଷାଦିନେ କାଦୁଅ ରାସ୍ତାରେ ଯାଇ ନ ପାରି ୨ କି.ମି. ବଦଳରେ ଅଧିକ ୮ କି.ମି. ରାସ୍ତା ବୁଲି ସେମାନଙ୍କୁ ଯିବାକୁ ପଡୁଛି। ୧୯୯୩-୯୪ ମସିହାରେ ଅଣଓସାରିଆ ମାଟି ରାସ୍ତା ନିର୍ମାଣ ହୋଇଥିଲା। ନିର୍ମାଣର ୨୬ ବର୍ଷ ପରେ ୨୦୨୦-୨୧ରେ ମୁଠାଏ ମୋରମ ପଡ଼ିଥିବା ବେଳେ ବର୍ଷା ପାଣିରେ ଧୋଇଯାଇ ପୁଣି ପୂର୍ବ ଭଳି ଅବସ୍ଥା। ୫ ଗ୍ରାମର ଲୋକେ ଯିବାଆସିବା କରିବାରେ ହଇରାଣ ହେଉଛନ୍ତି। ଏନେଇ ସେମାନେ ବାରମ୍ବାର ପ୍ରଶାସନ ଓ ଲୋକପ୍ରତିନିଧିମାନଙ୍କୁ ଗୁହାରି ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ସୁଫଳ ମିଳିପାରି ନ ଥିବା କହିଛନ୍ତି। ଏହାକୁ ପ୍ରଧାନମନ୍ତ୍ରୀ ସଡ଼କ କିମ୍ବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରି ରାସ୍ତା ନିର୍ମାଣ ପାଇଁ ସ୍ଥାନୀୟ ଲୋକପ୍ରତିନିଧିମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri