ରାଶନ ପାଇଁ ଯିବାକୁ ପଡୁଛି ୮ କି.ମି.

ଭଦ୍ରକ ଅଫିସ,୧୬।୭ ଭଦ୍ରକ ଜିଲା ବନ୍ତ ବ୍ଲକର ଆଡ଼ିଆ ପଞ୍ଚାୟତ ଅଧୀନ ଜିରିଣା-ଆଡ଼ିଆ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖରାଦିନେ ଅଣଓସାରିଆ ମାଟି ରାସ୍ତା ଆଉ ବର୍ଷା ଦିନେ କାଦୁଅ ପଚପଚ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଏହି ରାସ୍ତା ଉପରେ ନିର୍ଭର କରୁଥିବା ୫ ଗ୍ରାମର ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ରାସ୍ତା ଅବସ୍ଥା ସୁଧୁରୁନି।
ପଞ୍ଚାୟତ ସଦର ମହକୁମାକୁ ଯିବା ପାଇଁ ସବୁଦିନିଆ ରାସ୍ତାଟିଏ ଏପର୍ଯ୍ୟନ୍ତ ନିର୍ମାଣ ହୋଇପାରି ନାହିଁ। ଜିରିଣା, ନିମଗଢ଼ିଆ, ବରଗଢ଼ିଆ, ବାହାଦଲପୁର ଓ ନଳିତାଗଢ଼ିଆ ଗ୍ରାମର ଆନୁମାନିକ ୪ଶହରୁ ଊର୍ଦ୍ଧ୍ୱ ପରିବାରର ୨ହଜାର ଲୋକ ଏହି ରାସ୍ତା ଉପରେ ନିର୍ଭରଶୀଳ। ଛାତ୍ରୀଛାତ୍ର ଆଡ଼ିଆସ୍ଥିତ ଉଚ୍ଚ ବିଦ୍ୟାଳୟକୁ ପାଠ ପଢ଼ିବା ଏହି ରାସ୍ତା ଦେଇ ଆସିଥାନ୍ତି। ରାଶନ ସାମଗ୍ରୀ ପାଇଁ ହିତାଧିକାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବାକୁ ପଡ଼ିଥାଏ। ବର୍ଷାଦିନେ କାଦୁଅ ରାସ୍ତାରେ ଯାଇ ନ ପାରି ୨ କି.ମି. ବଦଳରେ ଅଧିକ ୮ କି.ମି. ରାସ୍ତା ବୁଲି ସେମାନଙ୍କୁ ଯିବାକୁ ପଡୁଛି। ୧୯୯୩-୯୪ ମସିହାରେ ଅଣଓସାରିଆ ମାଟି ରାସ୍ତା ନିର୍ମାଣ ହୋଇଥିଲା। ନିର୍ମାଣର ୨୬ ବର୍ଷ ପରେ ୨୦୨୦-୨୧ରେ ମୁଠାଏ ମୋରମ ପଡ଼ିଥିବା ବେଳେ ବର୍ଷା ପାଣିରେ ଧୋଇଯାଇ ପୁଣି ପୂର୍ବ ଭଳି ଅବସ୍ଥା। ୫ ଗ୍ରାମର ଲୋକେ ଯିବାଆସିବା କରିବାରେ ହଇରାଣ ହେଉଛନ୍ତି। ଏନେଇ ସେମାନେ ବାରମ୍ବାର ପ୍ରଶାସନ ଓ ଲୋକପ୍ରତିନିଧିମାନଙ୍କୁ ଗୁହାରି ଜଣାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି ସୁଫଳ ମିଳିପାରି ନ ଥିବା କହିଛନ୍ତି। ଏହାକୁ ପ୍ରଧାନମନ୍ତ୍ରୀ ସଡ଼କ କିମ୍ବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରି ରାସ୍ତା ନିର୍ମାଣ ପାଇଁ ସ୍ଥାନୀୟ ଲୋକପ୍ରତିନିଧିମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri