ପାଣି ମୁନ୍ଦେ ପାଇଁ ଚାଲିବାକୁ ପଡୁଛି ମାଇଲ ମାଇଲ ବାଟ

ମାଲକାନଗିରି,୨୪।୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମତାପକୁ ଜଳକଷ୍ଟ ଏବେ ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପାନୀୟ ଜଳ ମୁନ୍ଦେ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ସେମାନଙ୍କୁ ମାଇଲ ମାଇଲ ବାଟ ଚାଲିବାକୁ ପଡୁଛି। ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ତଣ୍ଡାପାଲି ପଞ୍ଚାୟତର ୧୨ ନଂ. ୱାର୍ଡ କଲୋନି ସାହିରେ।
ସାହିରେ ପ୍ରାୟ ୫୦ରୁ ଉଦ୍ଧର୍‌ବ ପରିବାର ବସବାସ କରନ୍ତି। ସାହିବାସିନ୍ଦାଙ୍କ ଲାଗି କଲୋନିରେ ଗୋଟିଏ ମଧ୍ୟ ନଳକୂପ ନାହିଁ। ବର୍ଷ ସାରା ଲୋକେ ଜଳ ସମସ୍ୟା ଭୋଗୁଛନ୍ତି। ଗ୍ରୀଷ୍ମଦିନେ ଏହା ଅଧିକ ଉତ୍କଟ ହୋଇଥାଏ। କଲୋନି ସାହିର ମହିଳାମାନେ ଘରଠାରୁ ମାଇଲ ମାଇଲ ବାଟ ଯାଇ ଚୁଆରୁ ପାଣି ସଂଗ୍ରହ କରି ଆଣୁଛନ୍ତି। ଏହି ପାଣି ନିଜେ ବ୍ୟବହାର କରିବା ସହ ଗୃହପାଳିତ ପ୍ରାଣୀଙ୍କ ପାଇଁ ମଧ୍ୟ ବ୍ୟବହାର କରୁଛନ୍ତି। ଏହାଦ୍ବାରା ବହୁ ସମୟରେ ଲୋକେ ରୋଗାକ୍ରାନ୍ତ ହୋଇପଡୁଥିବା ଅଭିଯୋଗ କରିଛନ୍ତି। ଏନେଇ ପଞ୍ଚାୟତଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଜଣାଇ କିଛି ସୁଫଳ ମିଳିନାହିଁ। ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ବ୍ଲକ ସଦର ମହକୁମା ନିକଟରେ ଥିବା ଏହି ଅଞ୍ଚଳରେ ଜଳ ସମସ୍ୟା ସୁଧୁରୁନାହିଁ। ତୁରନ୍ତ ଉକ୍ତ ଅଞ୍ଚଳରେ ଏକ ନଳକୂପ ଖନନ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବିଡିଓ ଅଜୟ ପ୍ରଧାନଙ୍କୁ ପଚାରିବାରୁ ସେ କହିଲେ, କଲୋନିସାହି ମଣ୍ଡିରେ ସାହିବାସିନ୍ଦାଙ୍କ ପାଇଁ ଗୋଟିଏ ନଳକୂପ ରହିଛି। ଏଥିରୁ ସେମାନେ ପାଣି ବ୍ୟବହାର କରୁଛନ୍ତି। ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନେଇ କଲୋନିସାହି ଆରମ୍ଭ ଯାଏ ପାଇପ ବିଛା, ଷ୍ଟାଣ୍ଡପୋଷ୍ଟ କାମ ସରିଛି। ଆସନ୍ତା ସପ୍ତାହକ ମଧ୍ୟରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ହେବ ବୋଲି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?