ନିଜ ସମର୍ଥକଙ୍କ ସମର୍ଥନ ହରାଇଲେଣି ଟ୍ରୁଡୋ, ଭେଟିବାବେଳେ କିଛି ଏପରି କହିଲେ…

ଅଟାଓ୍ବା,୬।୧୦: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ହରଦୀପ୍‌ ସିଂ ନିଜ୍ଜର ହତ୍ୟା ମାମଲାରେ ଭାରତର ସମ୍ପୃକ୍ତି ଦର୍ଶାଇ ଦିନକୁ ଦିନ ନିଜ ଦେଶରେ ସମର୍ଥନ ହରାଇଛନ୍ତି। ନିକଟରେ ଟରୋଣ୍ଟୋ ଗସ୍ତ ସମୟରେ ଟ୍ରୁଡୋ ତାଙ୍କ ସମର୍ଥକଙ୍କୁ ଭେଟିଥିଲେ। ଏହି ସମୟରେ ଏକ ଅଦ୍ଭୁତ ପରିସ୍ଥିତିର ସାମ୍ନା କରିଥିଲେ ଟ୍ରୁଡୋ।

ସୂଚନାଯୋଗ୍ୟ, ଟ୍ରୁଡୋ ନିଜ ସମର୍ଥକଙ୍କୁ ଭେଟିବା ସମୟରେ ତାଙ୍କ ଶୁଭେଛୁମାନଙ୍କ ସହ ହାତ ମିଳାଉଥିଲେ। ଏହିସମୟରେ ସେହି ଭିଡ ଭିତରେ ଜଣେ ବ୍ୟକ୍ତି ତାଙ୍କୁ ଅଭିବାଦନ ଜଣାଇବା ପରିବର୍ତ୍ତେ ପଛକୁ ଘୁଞ୍ଚି ଯାଇଥିଲେ। ଟ୍ରୁଡୋ ଏହାର କାରଣ ପଚାରିବାରୁ ସେ ତାଙ୍କୁ ଦେଶର ଗୃହ ସଙ୍କଟ ଓ କାର୍ବନ ଟ୍ୟାକ୍ସ ଭଳି ପ୍ରସଙ୍ଗକୁ ନେଇ ପ୍ରଶ୍ନ କରିଥିଲେ। କାନାଡା ଏବଂ ଭାରତ ମଧ୍ୟରେ ସମ୍ପର୍କ ଖରାପ ହେବା ମଧ୍ୟରେ ଟ୍ରୁଡୋ ପ୍ରତି ନାଗରିକଙ୍କ ଏହି ଆଚରଣ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଲୋକ ଜଣକ ହାତ ମିଳାଇବା ପାଇଁ ମନା କରିବା ସହ ଟ୍ରୁଡୋଙ୍କୁ ସମସ୍ତଙ୍କ ଆଗରେ ସମାଲୋଚନା କରିଥିଲେ। ସେ କହିଥିଲେ, ‘ତୁମେ ଜଣେ ଖରାପ ଲୋକ। ତୁମେ ସାରା ଦେଶକୁ ନଷ୍ଟ କରିଦେଇଛ’।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri