Posted inଜାତୀୟ

ରୋହିଣୀଙ୍କୁ ଖୁବ୍ ପ୍ରଶଂସା କଲେ ଭାଜପା ନେତା ଗିରିରାଜ ସିଂହ

ନୂଆଦିଲ୍ଲୀ,୬ ।୧୨: ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କର ସୋମବାର ଅର୍ଥତ୍ ୫ ଡିସେମ୍ବର ୨୦୨୨ରେ ସିଙ୍ଗାପୁରରେ କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ କରାଯାଇଛି । ତେବେ ଲାଲୁଙ୍କୁ ଆଉ କେହି ନୁହେଁ ବରଂ ତାଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ କିଡ୍‌ନୀ ଡୋନେଟ କରିଛନ୍ତି । ରୋହିଣୀଙ୍କ ଏହି କାର୍ଯ୍ୟ ପରେ କେବଳ ସାଧାରଣ ଜନତା ନୁହେଁ ବଡ ବଡ ରାଜନେତା ବି ତାଙ୍କୁ ଖୁବ୍ ପ୍ରଶଂସା କରୁଛନ୍ତି ।
କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଗିରିରାଜ ସିଂହ କହିଛନ୍ତି ଆପଣଙ୍କ ଉପରେ ଗର୍ବ କରୁଛୁ । ସେ ଟୁଇଟ କରି ଲେଖିଛନ୍ତି ଝିଅ ହେବ ତ ରୋହିଣୀ ଭଳି । ଆପଣଙ୍କୁ ଦେଖି ଗର୍ବ ଅନୁଭବ କରୁଛୁ । ଆଗାମୀ ପିଢୀ ପାଇଁ ଆପଣ ଉଦାହରଣ ହୋଇ ରହିବେ ।
ସୂଚନାଯୋଗ୍ୟ, କିଛିଦିନ ହେବ ଲାଲୁ ଯାଦବ କିଡ଼ନୀ ସମସ୍ୟାରେ ପୀଡ଼ିତ ଥିବା ବେଳେ ଶେଷରେ ଝିଅ ରୋହିଣୀ ତାଙ୍କୁ କିଡନୀ ଦାନ କରିଛନ୍ତି । କିଡନୀ ପ୍ରତିରୋପଣ ହେବାର ଗୋଟିଏ ଦିନ ପରେ ଅର୍ଥାତ୍ ମଙ୍ଗଳବାର ଲାଲୁଙ୍କ ଝିଅ ମିଶା ଭାରତୀ ଏକ ଭିଡିଓ ଶେୟାର କରି ପିତା ଲାଲୁ ଯାଦବ ସୁସ୍ଥ ଥିବା କହିଛନ୍ତି । ଏହାସହ ଏହି ଭିଡିଓରେ ଲାଲୁ କହୁଛନ୍ତି ଆପଣମାନଙ୍କ ପ୍ରାର୍ଥନା ଯୋଗୁ ମୁଁ ଆଜି ସୁସ୍ଥ ଅନୁଭବ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?