Posted inଫୁରସତ

ପ୍ରେମିକାଙ୍କୁ ପ୍ରପୋଜ କରିବା ପାଇଁ ଅଜବ ପନ୍ଥା ଆପଣାଇଲେ ଯୁବକ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରେମୀଯୁଗଳ ପରସ୍ପରକୁ ଯେତେବେଳେ ପ୍ରପୋଜ କରନ୍ତି, ସେହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଅନେକ ପନ୍ଥା ଆପଣାନ୍ତି। କିଛି ଲୋକ ଏହାକୁ ସ୍ମରଣୀୟ କରିବା ପାଇଁ ନିଜ ସାଙ୍ଗମାନଙ୍କ ସାହାଯ୍ୟ ମଧ୍ୟ ନେଇଥା’ନ୍ତି। କିନ୍ତୁ ଆମେରିକାର ଜଣେ ଯୁବକଙ୍କ ପ୍ରପୋଜ କରିବାର ଶୈଳୀ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯୁବକ ଜଣକ ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ପୋଲିସ ବିଭାଗ ନିକଟକୁ ଯାଇ ଅନୁରୋଧ କରିଥିଲେ ଯେ, ସେ ତାଙ୍କ ପ୍ରେମିକାଙ୍କୁ ପ୍ରପୋଜ କରିବା ସମୟରେ ତାଙ୍କ ହାତରେ ହାତକଡି ପଡିଥିବା ସେ ଚାହୁଁଛନ୍ତି। ପୋଲିସ ଏଥିରେ ରାଜି ହୋଇଥିଲା ଏବଂ ତାଙ୍କୁ ଏକ ରେଷ୍ଟୁରାଣ୍ଟ ବାହାରେ ଗିରଫ କରାଯାଇଥିଲା। ଏହି ଖବର ତାଙ୍କ ଗର୍ଲଫ୍ରେଣ୍ଡଙ୍କୁ ଜଣାଦିଆଯାଇଥିଲା। ସେ ସେଠାରେ ପହଞ୍ଚିବା କ୍ଷଣି ଯୁବକ ଜଣଙ୍କ ଆଣ୍ଠୁମାଡି ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ। ଏବଂ ସେ ମଧ୍ୟ ଏଥିରେ ସହମତି ପ୍ରକାଶ କରିଥିଲେ।
ତା’ପରେ ପ୍ରେମିକାଙ୍କୁ ପୂରା କାହାଣୀ ବଖାଣିଥିଲେ ପ୍ରେମିକ। ପରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରିବା ପରେ ଭାବପ୍ରବଣ ହୋଇପଡିଥିଲେ। ସେଠାରେ ଠିଆ ହୋଇଥିବା ପୋଲିସ କର୍ମଚାରୀମାନେ ମଧ୍ୟ ବହୁତ ଖୁସି ଥିଲେ। ଏହାର ଭିଡିଓ ଆମେରିକାର ହ୍ବିଟମ୍ୟାନ ପୋଲିସ ବିଭାଗ ନିଜ ଅଫିସିଆଲ ଫେସବୁକ ପେଜରେ ଶେୟାର କରିଛି। ଏହି ଘଟଣା ପରେ ପୋଲିସ ଟିମ ଏବଂ ପ୍ରେମୀଯୁଗଳ ଏକାଠି ଫଟୋ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri