Posted inଫୁରସତ

ପ୍ରେମିକାଙ୍କୁ ପ୍ରପୋଜ କରିବା ପାଇଁ ଅଜବ ପନ୍ଥା ଆପଣାଇଲେ ଯୁବକ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରେମୀଯୁଗଳ ପରସ୍ପରକୁ ଯେତେବେଳେ ପ୍ରପୋଜ କରନ୍ତି, ସେହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଅନେକ ପନ୍ଥା ଆପଣାନ୍ତି। କିଛି ଲୋକ ଏହାକୁ ସ୍ମରଣୀୟ କରିବା ପାଇଁ ନିଜ ସାଙ୍ଗମାନଙ୍କ ସାହାଯ୍ୟ ମଧ୍ୟ ନେଇଥା’ନ୍ତି। କିନ୍ତୁ ଆମେରିକାର ଜଣେ ଯୁବକଙ୍କ ପ୍ରପୋଜ କରିବାର ଶୈଳୀ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯୁବକ ଜଣକ ଏହି ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ପୋଲିସ ବିଭାଗ ନିକଟକୁ ଯାଇ ଅନୁରୋଧ କରିଥିଲେ ଯେ, ସେ ତାଙ୍କ ପ୍ରେମିକାଙ୍କୁ ପ୍ରପୋଜ କରିବା ସମୟରେ ତାଙ୍କ ହାତରେ ହାତକଡି ପଡିଥିବା ସେ ଚାହୁଁଛନ୍ତି। ପୋଲିସ ଏଥିରେ ରାଜି ହୋଇଥିଲା ଏବଂ ତାଙ୍କୁ ଏକ ରେଷ୍ଟୁରାଣ୍ଟ ବାହାରେ ଗିରଫ କରାଯାଇଥିଲା। ଏହି ଖବର ତାଙ୍କ ଗର୍ଲଫ୍ରେଣ୍ଡଙ୍କୁ ଜଣାଦିଆଯାଇଥିଲା। ସେ ସେଠାରେ ପହଞ୍ଚିବା କ୍ଷଣି ଯୁବକ ଜଣଙ୍କ ଆଣ୍ଠୁମାଡି ପ୍ରେମିକାଙ୍କୁ ପ୍ରପୋଜ କରିଥିଲେ। ଏବଂ ସେ ମଧ୍ୟ ଏଥିରେ ସହମତି ପ୍ରକାଶ କରିଥିଲେ।
ତା’ପରେ ପ୍ରେମିକାଙ୍କୁ ପୂରା କାହାଣୀ ବଖାଣିଥିଲେ ପ୍ରେମିକ। ପରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରିବା ପରେ ଭାବପ୍ରବଣ ହୋଇପଡିଥିଲେ। ସେଠାରେ ଠିଆ ହୋଇଥିବା ପୋଲିସ କର୍ମଚାରୀମାନେ ମଧ୍ୟ ବହୁତ ଖୁସି ଥିଲେ। ଏହାର ଭିଡିଓ ଆମେରିକାର ହ୍ବିଟମ୍ୟାନ ପୋଲିସ ବିଭାଗ ନିଜ ଅଫିସିଆଲ ଫେସବୁକ ପେଜରେ ଶେୟାର କରିଛି। ଏହି ଘଟଣା ପରେ ପୋଲିସ ଟିମ ଏବଂ ପ୍ରେମୀଯୁଗଳ ଏକାଠି ଫଟୋ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri