ପରୀକ୍ଷା ଦେଲେ ଫେରିପାଇବେ ଫି’: ନିଯୁକ୍ତି ପରୀକ୍ଷା ପାଇଁ ବାଧ୍ୟକ ସାଜିବନି ଅର୍ଥ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ):ନିଯୁକ୍ତି ପରୀକ୍ଷାରେ ବାଧ୍ୟକ ସାଜିବନି ଅର୍ଥ। ଅନ୍ୟମାନଙ୍କ ଭଳି ଗରିବ ଶ୍ରେଣୀର ପିଲାମାନେ ମଧ୍ୟ ସମସ୍ତ ନିଯୁକ୍ତି ପରୀକ୍ଷା ଦେଇପାରିବେ। ଏଥିପାଇଁ ରାଜ୍ୟ ସରକାର ଫି’ ଛାଡ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ଅଧୀନରେ ନିଯୁକ୍ତି ସଂସ୍ଥା ଦ୍ୱାରା ପରିଚାଳିତ ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି’ ଛାଡ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଓଡିଶା ପବ୍ଲିକ ସର୍ଭିସ କମିଶନ, ଓଡିଶା ଷ୍ଟାଫ୍‌ ସିଲେକଶନ କମିଶନ ଏବଂ ଓଡିଶା ସବ୍‌-ଅର୍ଡିନେଟ ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କୁ ସାଧାରଣ ପ୍ରଶାସନର ଅତିରିକ୍ତ ସଚିବ ସାଗରିକା ହୋତା ଚିଠି ଲେଖିଛନ୍ତି।
ଲକ୍ଷ ଲକ୍ଷ ପିଲା ସରକାରୀ ଚାକିରି କରିବା ଆଶାରେ ବିଭିନ୍ନ ନିଯୁକ୍ତି ପରୀକ୍ଷା ଦେଉଛନ୍ତି। ହେଲେ ଅଧିକାଂଶ ପିଲା ଆବେଦନ କରି ପରୀକ୍ଷା ଦେଉନାହାନ୍ତି। ସେହିପରି ଅର୍ଥାଭାବ ଯୋଗୁ ବହୁ ପିଲା ନିଯୁକ୍ତି ପରୀକ୍ଷା ଦେବାକୁ ପଛଘୁଞ୍ଚା ଦେଉଛନ୍ତି। ତେଣୁ ଆବେଦନ କରି ପରୀକ୍ଷା ଦେଉ ନ ଥିବା ପିଲା ଓ ଫି’ ପାଇଁ ଆବେଦନ କରିପାରୁ ନ ଥିବା ପିଲାଙ୍କୁ ଉତ୍ସାହିତ କରିବାକୁ ରାଜ୍ୟ ସରକାର ଏଭଳି ଏକ ନୂଆ ଘୋଷଣା କରିଛନ୍ତି। ଯେଉଁ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେଇଥିବେ ସେମାନଙ୍କୁ ପରୀକ୍ଷା ଫି’ ଫେରାଇ ଦିଆଯିବ। କିନ୍ତୁ ପରୀକ୍ଷାକୁ ଗୁରୁତ୍ୱର ସହ ନ ନେଇ ପରୀକ୍ଷା ଦେଇ ନ ଥିଲେ ସେମାନଙ୍କ ପାଇଁ ଏହା ଲାଗୁ ହେବ ନାହିଁ, ଅର୍ଥାତ୍‌ ସେମାନେ ଫି’ ଫେରିପାଇପାରିବେ ନାହିଁ ବୋଲି ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri