ନାରୀ ସୁରକ୍ଷା ଦାବିରେ ଯୁବ ବିଜେଡି ଛାତ୍ରର ଗର୍ଜନ

ପୁରୁଷୋତ୍ତମପୁର,୭ା୮(ସୀମାଞ୍ଚଳ ମିଶ୍ର): ଓଡ଼ିଶାରେ ନାରୀ ଅସୁରକ୍ଷିତ ହୋଇପଡ଼ିଥିବାବେଳେ ଦିନକୁ ଦିନ ଛାତ୍ରୀ ଓ ମହିଳାମାନଙ୍କ ପ୍ରତି ନିର୍ଯାତନା ବଢ଼ି ଚାଲିଥିବା ନେଇ ଏହାର ପ୍ରତିବାଦରେ ଗୁରୁବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ବିଜେଡିର ଯୁବ ଓ ଛାତ୍ର ସଂଗଠନ ସ୍ବର ଉତ୍ତୋଳନ କରି ଭାଜପା ସରକାର ବିରୋଧରେ ଗର୍ଜନ କରିଛନ୍ତି।

ଏଥିସହ ପୋଲିସ ପକ୍ଷରୁ ଅପରାଧୀଙ୍କ ବିରୋଧରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଛନ୍ତି। କଲେଜ ଗେଟ୍‌ ସମ୍ମୁଖରେ ଛାତ୍ର ବିଜେଡି ଓ ଯୁବ ବିଜେଡିର ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭାଜପା ସରକାରରେ ସମଗ୍ର ରାଜ୍ୟ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଘଟିଥିବା ସାଙ୍ଗକୁ ଛାତ୍ରୀ ଓ ମହିଳାମାନେ ସମ୍ପୂର୍ଣ୍ଣ ଅସୁରକ୍ଷିତ ହୋଇପଡ଼ିଥିବା ଅଭିଯୋଗ କରି ସରକାର ବିରୋଧୀ  ବିଭିନ୍ନ ସ୍ଲୋଗାନର ନାରା ଦେବା ସହ ଏକ ଶୋଭାଯାତ୍ରାରେ ଥାନାକୁ ଯାଇ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ମହିଳା ଓ ଶିଶୁ ଡେସ୍କ ଅଧିକାରୀ ଏସ୍‌ଆଇ ପ୍ରିୟଙ୍କା ବେହେରାଙ୍କୁ ପ୍ରଦାନ କରିଥିଲେ।

ଏଥିରେ ବିଜେଡି ଜିଲା ସମ୍ପାଦକ ଅଶୋକ କୁମାର ମହାକୁଡ଼, ନଗର ବିଜେଡି ସଭାପତି ପ୍ରଭାତ ପଟ୍ଟନାୟକ, ଜିଲାପରିଷଦ ସଭ୍ୟ ରଞ୍ଜିତ କୁମାର ବେହେରା, ଡିଜିଟାଲ ସେକ୍ରେଟାରୀ ସୁନୀଲ କୁମାର ବେହେରା, ଜଗନ୍ନାଥ ସାହୁ, ନେହା ବାରିକ, ଶ୍ୱେତା ପଣ୍ଡା, ମିତା ଗୌଡ଼, ଶ୍ରଦ୍ଧାଞ୍ଜଳି ଗୌଡ଼, ସନ୍ଧ୍ୟା ଗୌଡ଼, ସଙ୍ଗୀତା ମହାରଣା ପ୍ରମୁଖଙ୍କ ସମେତ ବହୁ ଛାତ୍ରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri