ନାରୀ ସୁରକ୍ଷା ଦାବିରେ ଯୁବ ବିଜେଡି ଛାତ୍ରର ଗର୍ଜନ

ପୁରୁଷୋତ୍ତମପୁର,୭ା୮(ସୀମାଞ୍ଚଳ ମିଶ୍ର): ଓଡ଼ିଶାରେ ନାରୀ ଅସୁରକ୍ଷିତ ହୋଇପଡ଼ିଥିବାବେଳେ ଦିନକୁ ଦିନ ଛାତ୍ରୀ ଓ ମହିଳାମାନଙ୍କ ପ୍ରତି ନିର୍ଯାତନା ବଢ଼ି ଚାଲିଥିବା ନେଇ ଏହାର ପ୍ରତିବାଦରେ ଗୁରୁବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ବିଜେଡିର ଯୁବ ଓ ଛାତ୍ର ସଂଗଠନ ସ୍ବର ଉତ୍ତୋଳନ କରି ଭାଜପା ସରକାର ବିରୋଧରେ ଗର୍ଜନ କରିଛନ୍ତି।

ଏଥିସହ ପୋଲିସ ପକ୍ଷରୁ ଅପରାଧୀଙ୍କ ବିରୋଧରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଛନ୍ତି। କଲେଜ ଗେଟ୍‌ ସମ୍ମୁଖରେ ଛାତ୍ର ବିଜେଡି ଓ ଯୁବ ବିଜେଡିର ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଭାଜପା ସରକାରରେ ସମଗ୍ର ରାଜ୍ୟ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଘଟିଥିବା ସାଙ୍ଗକୁ ଛାତ୍ରୀ ଓ ମହିଳାମାନେ ସମ୍ପୂର୍ଣ୍ଣ ଅସୁରକ୍ଷିତ ହୋଇପଡ଼ିଥିବା ଅଭିଯୋଗ କରି ସରକାର ବିରୋଧୀ  ବିଭିନ୍ନ ସ୍ଲୋଗାନର ନାରା ଦେବା ସହ ଏକ ଶୋଭାଯାତ୍ରାରେ ଥାନାକୁ ଯାଇ ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ମହିଳା ଓ ଶିଶୁ ଡେସ୍କ ଅଧିକାରୀ ଏସ୍‌ଆଇ ପ୍ରିୟଙ୍କା ବେହେରାଙ୍କୁ ପ୍ରଦାନ କରିଥିଲେ।

ଏଥିରେ ବିଜେଡି ଜିଲା ସମ୍ପାଦକ ଅଶୋକ କୁମାର ମହାକୁଡ଼, ନଗର ବିଜେଡି ସଭାପତି ପ୍ରଭାତ ପଟ୍ଟନାୟକ, ଜିଲାପରିଷଦ ସଭ୍ୟ ରଞ୍ଜିତ କୁମାର ବେହେରା, ଡିଜିଟାଲ ସେକ୍ରେଟାରୀ ସୁନୀଲ କୁମାର ବେହେରା, ଜଗନ୍ନାଥ ସାହୁ, ନେହା ବାରିକ, ଶ୍ୱେତା ପଣ୍ଡା, ମିତା ଗୌଡ଼, ଶ୍ରଦ୍ଧାଞ୍ଜଳି ଗୌଡ଼, ସନ୍ଧ୍ୟା ଗୌଡ଼, ସଙ୍ଗୀତା ମହାରଣା ପ୍ରମୁଖଙ୍କ ସମେତ ବହୁ ଛାତ୍ରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri