ଯୁବ ବିଜେଡି ରାଜ୍ୟ, ଜିଲା କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବିଜୁ ଯୁବ ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତି ବୁଧବାର ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ବଳବନ୍ତ ରାୟ ବୁଧବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଯୁବ ବିଜେଡି କାର୍ଯ୍ୟକାରୀ ସଭାପତି ଭାବେ ବୈକୁଣ୍ଠ ନାଏକଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ସେକ୍ରେଟାରି ଜେନେରାଲ ଭାବେ ଏଲିନା ଦାଶଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ବରିଷ୍ଠ ଉପସଭାପତି ଭାବେ ରାଣା ପ୍ରତାପା ପାତ୍ର, ଧୃତି ରଞ୍ଜନ ପାତ୍ର ଓ ଜ୍ୟୋତ୍ସ୍ନାମୟୀ ପରିଡାଙ୍କୁ ନିଯୁକ୍ତି ଦିଆଯାଇଛି। ଜୋନ୍‌ ସଭାପତି ଭାବେ ଭୁବନେଶ୍ୱର ପାଇଁ ବିଜୟକେତନ ସାହୁ, କଟକ ଶୁଭ୍ରାଂଶୁ ନାରାୟଣ ମିଶ୍ର, ଗଞ୍ଜାମ ନଚିକେତା ସ୍ବାଇଁ, ବଲାଙ୍ଗୀର ମନୀନ୍ଦ୍ର ମହାନ୍ତି, ସମ୍ବଲପୁର ଦେବାଶିଷ ପରିଡା ଏବଂ କୋରାପୁଟ ପାଇଁ ତାପସ ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଯୁବ ବଜେଡି ଉପସଭାପତି ଭାବେ ଛବି ମାହାଳି, ସୋଫିଆ ଆଲାମ, ମାନଭଞ୍ଜନ ବେହେରା, ସୁନୀଲ କୁମାର ମହାନ୍ତି, ସୌମ୍ୟ ଶଙ୍କର ଚକ୍ର, ମଣ୍ଟୁ ନାୟକ, ସୁଜିତ ପ୍ରସାଦ ଦ୍ୱିବେଦୀ, ସୁବାଶିଷ ଖୁଣ୍ଟିଆ, ସୁନୀଲ ପଣ୍ଡା ଏବଂ ଭବାନୀ ଶଙ୍କର ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଯୁବ ବିଜେଡି ସାଧାରରଣ ସମ୍ପାଦକ ଭାବେ ୨୮ ଜଣ, ସମ୍ପାଦକ ୩୫, ଯୁଗ୍ମ ସମ୍ପାଦକ ଭାବେ ୨୫, ସାଂଗଠନିକ ଜିଲା ସଭାପତି ଭାବେ ୩୩ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। କଟକ ଜିଲାର କାର୍ଯ୍ୟକାରୀ ସଭାପତି ଭାବେ ସିଦ୍ଧାର୍ଥ ରାୟଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସହ ସମ୍ପର୍କକୁ ନେଇ କହୁ କହୁ ଏମିତି କହିଲେ ମେଲୋନି: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୧୭।୬: ବିଶ୍ୱ ନେତାମାନେ ଜି-୭ ଶିଖର ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ଫରାସୀ ସହର ଏଭିଆନରେ ଏକାଠି ହୋଇଥିଲେ। ଏହି କାର୍ଯ୍ୟକ୍ରମ ସମୟରେ,…

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲେବାନନ୍‌ରୁ ଇସ୍ରାଏଲ୍‌ ଓହରିବା ଆବଶ୍ୟକ: ଇରାନ

ଦୁବାଇ,୧୭ା୬: ପଶ୍ଚିମ ଏସିଆରେ ଯୁଦ୍ଧ ବନ୍ଦ ଲାଗି ଆମେରିକା ଓ ଇରାନ ସହମତିରେ ପହଞ୍ଚତ୍ଥିବା ଏବଂ ଆସନ୍ତା ୧୯ର ଉଭୟ ପକ୍ଷ ଆନୁଷ୍ଠାନିକ ଭାବେ ଚୁକ୍ତିନାମା ସ୍ବାକ୍ଷର…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ…

ଶୁଭାରମ୍ଭ ବେଳେ ଫୁଲତୋଡ଼ା, ନିଲମ୍ବନ ପରେ ଏତଲା: ଫିଟୁଛି ବକ୍ସ କଣ୍ଡୁଇଟ୍‌ ନିର୍ମାଣ ଅନିୟମିତତା ଗୁମର

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ ନିର୍ମାଣରେ ହୋଇଥିବା ଅନିୟମିତତାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ଏହି ଅନିୟମିତତା ଧରାପଡ଼ିବା ପରେ ଗତ ୮ତାରିଖ…

ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

ଭୁବନେଶ୍ୱର, ୧୭ା୬(ବନ୍ଦନା ସେଠୀ):ଓଡ଼ିଶାରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମଙ୍ଗଳବାର ଆଉ କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri