ସହପାଠୀଙ୍କ ସହ ବନ୍ଧୁତା ପରେ ଅଶ୍ଳିଳ ଫଟୋ ଉଠାଇ ଭାଇରାଲ କରିବା ଧମକ ଦେଉଥିଲେ, ଯୁବକଙ୍କୁ ବାନ୍ଧିଲା… 

ବୈଶିଙ୍ଗା,୨୪।୭(ରତନ ଦାଶ): ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ପଡ଼ିଲା ମହଙ୍ଗା। ଏହି ଘଟଣାରେ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ଜଣେ ଯୁବକକୁ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି ।
ସୂଚନାରୁ ପ୍ରକାଶ, ଖୁଣ୍ଟା ଥାନା ଅଞ୍ଚଳର କେଶ ମୁର୍ମୁଙ୍କ ପୁଅ ଭବାନୀଶଙ୍କର(୨୦) ତାଙ୍କର ଜଣେ ସହପାଠୀଙ୍କ ସହିତ ବନ୍ଧୁତା ସ୍ଥାପନ କରିଥିଲେ। ପରେ ଦୁର୍ବଳତାର ସୁଯୋଗ ନେଇ ବିଭିନ୍ନ ସମୟରେ ଅଶ୍ଳୀଳ ଫଟୋ ଉଠାଇ ଦୀର୍ଘଦିନ ଧରି ବ୍ଲାକମେଲିଂ କରି ଆସୁଥିଲେ। ସେ ଯୁବତୀଙ୍କଠାରୁ ବିଭିନ୍ନ ସମୟରେ ଅର୍ଥ ଆଦାୟ ସହ ଶାରିରୀକ ସଂପର୍କ ରଖିବାକୁ ବାଧ୍ୟ କରୁଥିଲେ। ତେବେ ଅନ୍ୟ ଉପାୟ ନ ପାଇ ଯୁବତୀଜଣଙ୍କ ବୈଶିଙ୍ଗା ଥାନାରେ ଅଭିଯୋଗ କରିଥିଲେ। ଥାନାଧିକାରୀ ବାରିଣି ଦାସ ପୋଲିସ ଟିମ ସହିତ ଅଭିଯୁକ୍ତଙ୍କୁ ଖୁଣ୍ଟା ଥାନା ଅଞ୍ଚଳରୁ ଠାବ କରି ବୁଧବାର ବିଳମ୍ବିତ ରାତିରେ ଚଢାଉ କରି ବୈଶିଙ୍ଗା ଥାନାକୁ ଆଣିଥିଲେ। ଏ ନେଇ ୩୭୧/୨୫ରେ ମାମଲା ରୁଜୁ କରି ଗୁରୁବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା ଜଣାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri