ସ୍କୁଟିକୁ ପିଟିଲା ବାଇକ୍‌, ଯୁବ ବ୍ୟବସାୟୀ ମୃତ; ୨ ଗୁରୁତର

ଲାଞ୍ଜିଗଡ଼,୧୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାବେଳେ ରବିବାର ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି ।

ସୂଚନାନୁସାରେ, ଲାଞ୍ଜିଗଡ଼ର ଯୁବ କପଡ଼ା ବ୍ୟବସାୟୀ ଦୀପକ କୁମାର ଗୁପ୍ତା(୩୮) ତାଙ୍କ ସ୍କୁଟିରେ ଅମ୍ବାଦୋଳା ଯାଉଥିବା ସମୟରେ ଭାଟ୍ଟଗୁଡା ନିକଟରେ ସାମ୍ନା ପଟୁ ଆସୁଥିବା ଏକ ବାଇକ୍‌ (ଓଡି ୦୮-ଆର-୬୪୦୦)ଧକ୍କା ହୋଇଥିଲା। ସ୍କୁଟି ଚୁର୍‌ମାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ଦୁଇଜଣ ଓ ଦୀପକ ଅଚେତ ହୋଇ ରାସ୍ତା ଉପରେ ପଡ଼ିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ଲାଞ୍ଜିଗଡ଼ ପୋଲିସକୁ ଖବର ଦେଇଥିଲେ। ଲାଞ୍ଜିଗଡ଼ ପୋଲିସ ସମସ୍ତଙ୍କୁ ଲାଞ୍ଜିଗଡ଼ ଡାକ୍ତରଖାନାକୁ ନେଇଥିଲା। ଚିକିତ୍ସା ସମୟରେ ସ୍କୁଟି ଆରୋହୀ ଦୀପକ ଗୁପ୍ତାଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ବାଇକ୍‌ ଆରୋହୀ ଦୁଇ ଜଣଙ୍କ ଗୋଡ଼ହାତ ଭାଙ୍ଗି ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ଦୀପକଙ୍କ ମୃତ୍ୟୁ ଖବର ଜାଣିବା ପରେ ଲାଞ୍ଜିଗଡ଼ ସହରରେ ଥିବା ଦୋକାନୀମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ଲାଞ୍ଜିଗଡ଼ ଥାନାଧିକାରୀ ସତ୍ୟାନନ୍ଦ ପାତ୍ର ଏକ କେସ୍‌ ନଂ ୨୨/୨୨ରେ ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି କହିଛନ୍ତି। ଦୀପକ ଅତ୍ୟନ୍ତ ସରଳ ସ୍ବଭାବ ଓ ମେଳାପୀ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri