ସ୍କୁଟିକୁ ପିଟିଲା ବାଇକ୍‌, ଯୁବ ବ୍ୟବସାୟୀ ମୃତ; ୨ ଗୁରୁତର

ଲାଞ୍ଜିଗଡ଼,୧୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାବେଳେ ରବିବାର ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି ।

ସୂଚନାନୁସାରେ, ଲାଞ୍ଜିଗଡ଼ର ଯୁବ କପଡ଼ା ବ୍ୟବସାୟୀ ଦୀପକ କୁମାର ଗୁପ୍ତା(୩୮) ତାଙ୍କ ସ୍କୁଟିରେ ଅମ୍ବାଦୋଳା ଯାଉଥିବା ସମୟରେ ଭାଟ୍ଟଗୁଡା ନିକଟରେ ସାମ୍ନା ପଟୁ ଆସୁଥିବା ଏକ ବାଇକ୍‌ (ଓଡି ୦୮-ଆର-୬୪୦୦)ଧକ୍କା ହୋଇଥିଲା। ସ୍କୁଟି ଚୁର୍‌ମାର ହୋଇଯାଇଥିବା ବେଳେ ଘଟଣାସ୍ଥଳରେ ଦୁଇଜଣ ଓ ଦୀପକ ଅଚେତ ହୋଇ ରାସ୍ତା ଉପରେ ପଡ଼ିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ଲାଞ୍ଜିଗଡ଼ ପୋଲିସକୁ ଖବର ଦେଇଥିଲେ। ଲାଞ୍ଜିଗଡ଼ ପୋଲିସ ସମସ୍ତଙ୍କୁ ଲାଞ୍ଜିଗଡ଼ ଡାକ୍ତରଖାନାକୁ ନେଇଥିଲା। ଚିକିତ୍ସା ସମୟରେ ସ୍କୁଟି ଆରୋହୀ ଦୀପକ ଗୁପ୍ତାଙ୍କ ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ବାଇକ୍‌ ଆରୋହୀ ଦୁଇ ଜଣଙ୍କ ଗୋଡ଼ହାତ ଭାଙ୍ଗି ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ଦୀପକଙ୍କ ମୃତ୍ୟୁ ଖବର ଜାଣିବା ପରେ ଲାଞ୍ଜିଗଡ଼ ସହରରେ ଥିବା ଦୋକାନୀମାନଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ଲାଞ୍ଜିଗଡ଼ ଥାନାଧିକାରୀ ସତ୍ୟାନନ୍ଦ ପାତ୍ର ଏକ କେସ୍‌ ନଂ ୨୨/୨୨ରେ ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି କହିଛନ୍ତି। ଦୀପକ ଅତ୍ୟନ୍ତ ସରଳ ସ୍ବଭାବ ଓ ମେଳାପୀ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?