ଯୁବ ବ୍ୟବସାୟୀଙ୍କୁ ଟଙ୍କା ପାଇଁ ହତ୍ୟା: ଖବରଦାତା ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି, ୨ ଗିରଫ

ବୌଦ୍ଧ,୩୦ା୪(ଅଜିତ କୁମାର ବାରିକ): ଗତ ୨୭ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଜଗଦୀଶପୁର ଛକଠାରେ ରାସ୍ତା ମଝିରେ ବୌଦ୍ଧ ସହର ଗଣେଶ ବଜାରର ଯୁବ ବ୍ୟବସାୟୀ ମନୋଜ ପାତ୍ର ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ। ଜଣେ ଅଭିଯୁକ୍ତ ଏବେ ମଧ୍ୟ ଫେରାର ଥିବା ଏସ୍‌ପି ଖବରଦାତା ସମିଳନୀରେ ସୂଚନା ଦେଇଛନ୍ତି। ଏଥିସହିତ ହତ୍ୟାକାଣ୍ଡର କାରଣ ସମ୍ପର୍କରେ ପର୍ଦ୍ଦାଫାଶ କରିଛନ୍ତି ଏସ୍‌ପି ରାହୁଲ ଗୋଏଲ। ଅଭିଯୁକ୍ତମାନେ ୩ ଜଣ ଗୋଟିଏ ସ୍କୁଟି ଯୋଗେ ଆସି ବ୍ୟବସାୟୀଙ୍କୁ ଟଙ୍କା ମାଗିଥିଲେ ଏବଂ ତାଙ୍କ ଗୋଦାମଠାରେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ କରିଥିଲେ। ତେବେ ବ୍ୟବସାୟୀ ଜଣକ ନିକଟରେ ଟଙ୍କା ନ ମିଳିବାରୁ ତାଙ୍କୁ ବେକରେ ଏବଂ ଛାତିରେ ଛୁରି ଭୁସି ହତ୍ୟା କରିଥିଲେ ଦୁର୍ବୃତ୍ତ। ତେବେ ହତ୍ୟାକାଣ୍ଡରେ ୩ ଅଭିଯୁକ୍ତ ସାମିଲ ଥିବା ବେଳେ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ଅନ୍ୟ ଜଣେ ଅଭିଯୁକ୍ତ ଏବେ ମଧ୍ୟ ଫେରାର ଥିବା ପୋଲିସ ସୂଚନା ଦେଇଛି। ତେବେ ଗିରଫ ଅଭିଯୁକ୍ତ ବୌଦ୍ଧ ସହର ବାପୁଜୀନଗର ଅଞ୍ଚଳର ୧୯ ବର୍ଷୀୟ ଆଶିଷ ଲୁହା ଓ ବଘିଆପଡ଼ା ଫାଣ୍ଡି ସାଲିବଙ୍କା ଗ୍ରାମର ୧୮ ବର୍ଷୀୟ ଆଶିନ ଦୀପ ବୋଲି ପୋଲିସ ସୂଚନା ଦେଇଛି । ତେବେ ହତ୍ୟାରେ ବ୍ୟବହୃତ ଛୁରି ସହିତ ଗୋଟିଏ ମୋବାଇଲ ଏବଂ ଗୋଟିଏ ସ୍କୁଟି ଜବତ କରିଛି ପୋଲିସ। ତେବେ ଅଭିଯୁକ୍ତମାନେ ନିଶାସକ୍ତ ଅବସ୍ଥାରେ ନଥିବା ବେଳେ ସବୁ ଜାଣି ଶୁଣି ହତ୍ୟା କରିଛନ୍ତି ଏବଂ ଟଙ୍କା ଲୁଟ୍‌ କରିବା ପାଇଁ ହି ଏହି ହତ୍ୟାକାଣ୍ଡ ଘଟିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ତେବେ ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ମାଉଲଶିଙ୍ଗା ନିକଟରେ ଥିବା ଜଙ୍ଗଲରେ ଲୁଚି ରହିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଖୋଜାଖୋଜି କରିଥିବା ବେଳେ ତାଙ୍କ ସେହି ଜଙ୍ଗଲରୁ ଗିରଫ କରି ପଚରାଉଚରା କରିବାରୁ ତାଙ୍କ ସହିତ ଆଉ ଜଣେ ଅଭିଯୁକ୍ତ ମଧ୍ୟ ଥିବା ସେମାନେ ପ୍ରକାଶ କରିଛନ୍ତି। ତେବେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିବା ସହିତ ତାଙ୍କ ବୟାନ ଅନୁଯାୟୀ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜିବାରେ ପୋଲିସ ପକ୍ଷରୁ ପ୍ରୟାସ ଜାରି ରହିଛି ବୋଲି ଏସ୍‌ପି ରାହୁଲ ଗୋଏଲ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri