ଯୁବ ବ୍ୟବସାୟୀଙ୍କୁ ଟଙ୍କା ପାଇଁ ହତ୍ୟା: ଖବରଦାତା ସମ୍ମିଳନୀରେ ପୂରା ଘଟଣା କହିଲେ ଏସ୍‌ପି, ୨ ଗିରଫ

ବୌଦ୍ଧ,୩୦ା୪(ଅଜିତ କୁମାର ବାରିକ): ଗତ ୨୭ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ଜଗଦୀଶପୁର ଛକଠାରେ ରାସ୍ତା ମଝିରେ ବୌଦ୍ଧ ସହର ଗଣେଶ ବଜାରର ଯୁବ ବ୍ୟବସାୟୀ ମନୋଜ ପାତ୍ର ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା ବୌଦ୍ଧ ପୋଲିସ। ଜଣେ ଅଭିଯୁକ୍ତ ଏବେ ମଧ୍ୟ ଫେରାର ଥିବା ଏସ୍‌ପି ଖବରଦାତା ସମିଳନୀରେ ସୂଚନା ଦେଇଛନ୍ତି। ଏଥିସହିତ ହତ୍ୟାକାଣ୍ଡର କାରଣ ସମ୍ପର୍କରେ ପର୍ଦ୍ଦାଫାଶ କରିଛନ୍ତି ଏସ୍‌ପି ରାହୁଲ ଗୋଏଲ। ଅଭିଯୁକ୍ତମାନେ ୩ ଜଣ ଗୋଟିଏ ସ୍କୁଟି ଯୋଗେ ଆସି ବ୍ୟବସାୟୀଙ୍କୁ ଟଙ୍କା ମାଗିଥିଲେ ଏବଂ ତାଙ୍କ ଗୋଦାମଠାରେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଉଦ୍ୟମ କରିଥିଲେ। ତେବେ ବ୍ୟବସାୟୀ ଜଣକ ନିକଟରେ ଟଙ୍କା ନ ମିଳିବାରୁ ତାଙ୍କୁ ବେକରେ ଏବଂ ଛାତିରେ ଛୁରି ଭୁସି ହତ୍ୟା କରିଥିଲେ ଦୁର୍ବୃତ୍ତ। ତେବେ ହତ୍ୟାକାଣ୍ଡରେ ୩ ଅଭିଯୁକ୍ତ ସାମିଲ ଥିବା ବେଳେ ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ ଅନ୍ୟ ଜଣେ ଅଭିଯୁକ୍ତ ଏବେ ମଧ୍ୟ ଫେରାର ଥିବା ପୋଲିସ ସୂଚନା ଦେଇଛି। ତେବେ ଗିରଫ ଅଭିଯୁକ୍ତ ବୌଦ୍ଧ ସହର ବାପୁଜୀନଗର ଅଞ୍ଚଳର ୧୯ ବର୍ଷୀୟ ଆଶିଷ ଲୁହା ଓ ବଘିଆପଡ଼ା ଫାଣ୍ଡି ସାଲିବଙ୍କା ଗ୍ରାମର ୧୮ ବର୍ଷୀୟ ଆଶିନ ଦୀପ ବୋଲି ପୋଲିସ ସୂଚନା ଦେଇଛି । ତେବେ ହତ୍ୟାରେ ବ୍ୟବହୃତ ଛୁରି ସହିତ ଗୋଟିଏ ମୋବାଇଲ ଏବଂ ଗୋଟିଏ ସ୍କୁଟି ଜବତ କରିଛି ପୋଲିସ। ତେବେ ଅଭିଯୁକ୍ତମାନେ ନିଶାସକ୍ତ ଅବସ୍ଥାରେ ନଥିବା ବେଳେ ସବୁ ଜାଣି ଶୁଣି ହତ୍ୟା କରିଛନ୍ତି ଏବଂ ଟଙ୍କା ଲୁଟ୍‌ କରିବା ପାଇଁ ହି ଏହି ହତ୍ୟାକାଣ୍ଡ ଘଟିଛି ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ତେବେ ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ମାଉଲଶିଙ୍ଗା ନିକଟରେ ଥିବା ଜଙ୍ଗଲରେ ଲୁଚି ରହିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ଖୋଜାଖୋଜି କରିଥିବା ବେଳେ ତାଙ୍କ ସେହି ଜଙ୍ଗଲରୁ ଗିରଫ କରି ପଚରାଉଚରା କରିବାରୁ ତାଙ୍କ ସହିତ ଆଉ ଜଣେ ଅଭିଯୁକ୍ତ ମଧ୍ୟ ଥିବା ସେମାନେ ପ୍ରକାଶ କରିଛନ୍ତି। ତେବେ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିବା ସହିତ ତାଙ୍କ ବୟାନ ଅନୁଯାୟୀ ଅନ୍ୟ ଅଭିଯୁକ୍ତଙ୍କୁ ଖୋଜିବାରେ ପୋଲିସ ପକ୍ଷରୁ ପ୍ରୟାସ ଜାରି ରହିଛି ବୋଲି ଏସ୍‌ପି ରାହୁଲ ଗୋଏଲ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri