ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର ‘ଲିଟିଲ୍ ଚାମ୍ପ୍’ର ଶିକ୍ଷାର୍ଥୀ ରୋନକ୍ କୁମାର ପ୍ରଧାନ ଚଳିତ ଜୁଲାଇ ମାସରୁ ଆନ୍ତର୍ଜାତୀୟ ଫିଡେ (FIDE) ରେଟିଂ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।

ଭୁବନେଶ୍ୱରର କିଟ୍ (KIIT) ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ସପ୍ତଦଶ ଆନ୍ତର୍ଜାତୀୟ ଚେସ୍ ମେଳାରେ ଉଲ୍ଲେଖନୀୟ ଖେଳ ପ୍ରଦର୍ଶନ କରି ରୋନକ୍ ଏହି ବଡ଼ ସଫଳତା ଅର୍ଜନ କରିଛନ୍ତି। ସ୍ଥାନୀୟ ରୋଟାରି ପବ୍ଲିକ ସ୍କୁଲରେ ଏହି ଉପଲକ୍ଷେ ଏକ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଇଥିଲା, ଯେଉଁଠାରେ ପ୍ରଶିକ୍ଷଣ କେନ୍ଦ୍ରର ଛାତ୍ରଛାତ୍ରୀ ଓ କର୍ମକର୍ତ୍ତାମାନେ ରୋନକ୍‌ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଥିଲେ।

ଏହି ସମ୍ବର୍ଦ୍ଧନା ଉତ୍ସବରେ ବରଗଡ଼ ଚେସ୍ ଆସୋସିଏଶନର ସମ୍ପାଦକ କେଶରଞ୍ଜନ ପ୍ରଧାନ, ସହ-ସମ୍ପାଦକ ସୁନୀଲ ପୁରୋହିତ, ପ୍ରଶିକ୍ଷକ ସୁନିଲ ସିଂ ଏବଂ ଡ୍ରପ ଦୁଆନ ପ୍ରମୁଖ ଉପସ୍ଥିତ ରହି ରୋନକ୍‌ଙ୍କୁ ଉତ୍ସାହିତ କରିବା ସହ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ। ବରଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ପଢ଼ୁଥିବା ରୋନକ୍ ହେଉଛନ୍ତି ବରଗଡ଼ ବ୍ଲକ କୁର୍ଲା ଗ୍ରାମର ବାସିନ୍ଦା ଜୟରାମ ପ୍ରଧାନ ଏବଂ କଳ୍ପନା ପ୍ରଧାନଙ୍କ ପୁତ୍ର। ରୋନକ୍‌ଙ୍କ ଏହି ଆନ୍ତର୍ଜାତୀୟ ସଫଳତା ପାଇଁ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri