ଛୋଟ ପିଲା ଶିଖିବେନି ବିଦେଶୀ ଭାଷା: ଇରାନ ଲାଗୁ କଲା ପ୍ରତିବନ୍ଧକ…

ତେହେରାନ,୧୭।୧୦ : ଇରାନ ସରକାର ଛୋଟ ପିଲାଙ୍କର ବିଦେଶୀ ଭାଷା ଶିକ୍ଷା ଉପରେ ରୋକ ଲଗାଇଛନ୍ତି। ସରକାର କହିଛନ୍ତି ଏହା ଦ୍ୱାରା ଛୋଟ ପିଲାଙ୍କ ଜାତୀୟତା ବୋଧ ହଜି ଯାଉଛି। ଏହା ଦେଶ ପାଇଁ ଭଲ ନୁହେଁ। ଦେଶରେ ଥିବା କିଣ୍ଡରଗାର୍ଟେନ୍ସ ଏବଂ ବିଭିନ୍ନ ପ୍ରାଇମେରୀ ସ୍କୁଲରେ ଇଂଲିଶ ସହିତ ଆରବିକ ଭାଷା ଉପରେ ପ୍ରତିବନ୍ଧକ ଲାଗୁ କରାଯାଇଛି। ସମସ୍ତ ଶିକ୍ଷାନୁଷ୍ଠାନରେ ଏହା ତୁରନ୍ତ ଲାଗୁ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଶିକ୍ଷାମନ୍ତ୍ରୀ ମାସୁହ ତେହେରାନି ଫରଜାଦ ଏନେଇ ସୂଚନା ପ୍ରଦାନ କରିଛନ୍ତି।

ପୂର୍ବରୁ ୨୦୧୮ରେ ଇରାନ ଦେଶର ସମସ୍ତ ପ୍ରାଇମେରୀ ସ୍କୁଲରେ ଇଂଲିଶ ଭାଷା ଶିକ୍ଷା ଉପରେ ପ୍ରତିବନ୍ଧକ ଲାଗୁ କରିଥିଲେ। ମାତ୍ର ଏହା ସେକେଣ୍ଡାରୀ ସ୍କୁଲରେ ପଢ଼ା ଯାଉଥିଲା। ପାର୍ସୀ ଇରାନର ସରକାରୀ ଭାଷା। ଇଂଲିଶ ଭାଷାର ଏକଚାଟିଆ ଧାରା ଶେଷ କରିବାକୁ ୨୦୨୨ରେ ଇରାନ ସରକାର ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ଫ୍ରେଞ୍ଚ ଭାଷା ଶିକ୍ଷା ଲାଗି ନିର୍ଦ୍ଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri