ବାଇକ୍‌ ଧକ୍କାରେ ଯୁବ କାଉନସିଲରଙ୍କ ମୃତ୍ୟୁ

କାମାକ୍ଷାନଗର,୧୪।୯(ସୁଧୀର କୁମାର ପରିଡ଼ା)ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୫ ନମ୍ବର ଓ୍ବାର୍ଡର ବିଜେଡି କାଉନସିଲର ସରୋଜ କୁମାର ମହାଲିକ (୩୫) ବୁଧବାର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସେ ଜିରିଡାମାଳି ନିକଟରେ ଏକ ହୋଟଲ ସମ୍ମୁଖରେ ଠିଆ ହୋଇଥିବା ବେଳେ ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ (ନଂ. ଓଡି୦୬ଜି- ୧୯୯୫) ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ସରୋଜଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜେଡିର ଏହି ଯୁବ କାଉନସିଲରଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ କାମାକ୍ଷାନଗର ସହରରେ ଶୋକର ଛାୟା ଖେଳିଯାଇଛି। ଖବରପାଇ କାମାକ୍ଷାନଗର ବିଧାୟକ ତଥା ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଳ୍ଲିକ, ଏନ୍‌ଏସି ଅଧ୍ୟକ୍ଷ ଧର୍ମାନନ୍ଦ ପରିଡା, ନିର୍ବାହୀ ଅଧିକାରୀ ଯତୀନ୍ଦ୍ର କୁମାର ମିଶ୍ର, ସମସ୍ତ କାଉନସିଲରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଡାକ୍ତରଖାନାରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ। କାମାକ୍ଷାନଗର ପୋଲିସ ଦୁର୍ଘଟଣା ଘଟାଇଥିବା ବାଇକ୍‌ ଜବତ କରିବା ସହ ଚାଳକଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି। ଏ ସଂକ୍ରାନ୍ତରେ ଥାନାରେ ନଂ. ୪୯୧/୨୩ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?