ଗୋଷ୍ଠୀ ସଂଘର୍ଷରୁ ଯୁବ ଇଞ୍ଜିନିୟରଙ୍କୁ ହତ୍ୟା

ନୟାଗଡ଼ ଅଫିସ,୧୪।୪:  ନୟାଗଡ଼ ସହରରେ ଦଣ୍ଡପବର୍ର୍ ବୁଧବାର ରାତିରେ ଶୋଭାଯାତ୍ରା ଚାଲିଥିବା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ନୟାଗଡ଼ ଟାଉନ ଥାନା ଅଧୀନ ଦୁର୍ଗାପ୍ରସାଦ ଗାଁର ଯୁବ ଇଞ୍ଜିନିୟର ନବୀନ ପରିଡ଼ା(୨୬)ଙ୍କୁ ହତ୍ୟା କରାଯାଇଛି। ଦେଉଳପଲ୍ଲୀ ଗାଁଲୋକ ନବୀନଙ୍କୁ ହତ୍ୟା କରି ଫୋପାଡ଼ି ଦେଇଥିବା ଅଭିଯୋଗ ହୋଇଛି। ସେହିପରି ସିନ୍ଦୁରିଆ ଲୋକନାଥ ମନ୍ଦିରରେ ଦୁର୍ଗାପ୍ରସାଦର ଦଣ୍ଡୁଆମାନଙ୍କୁ ତାଲା ପକାଇ ପ୍ରାୟ ଅଧ ଘଣ୍ଟା ରଖାଯାଇଥିଲା। ସେମାନଙ୍କ ଉପରକୁ ଢ଼େଲାପଥର ମାଡ଼ କରାଯାଇଥିଲା। ପୋଲିସକୁ ଦଣ୍ଡୁଆମାନେ ଖବର ଦେଇଥିଲେ। ହେଲେ ପୋଲିସ ଘଟଣାସ୍ଥଳକୁ
ବହୁ ବିଳମ୍ବରେ ଆସିବାରୁ ଏପରି ପରିସ୍ଥିତି ସୃଷ୍ଟି ହେଲା ବୋଲି ଅଭିଯୋଗ ହୋଇଛି।

ଏପରି କି ନିଜ ଗାଁ ଦଣ୍ଡୁଆମାନଙ୍କୁ ଉଦ୍ଧାର କରିବା ପାଇଁ ଦୁର୍ଗାପ୍ରସାଦର ୫ଜଣ ଲୋକ ସେଠାରେ ପହଞ୍ଚି ଥିଲେ। ସେମାନଙ୍କୁ ଅପରଗୋଷ୍ଠୀ ଢ଼େଲାପଥର ମାଡ଼ କରିଥିବା ସୂଚନା ମିଳିଛି। ଏହି ଗଣ୍ଡଗୋଳ ଚାଲିଥିବା ବେଳେ ଯୁବ ଇଞ୍ଜିନିୟର ନବୀନଙ୍କ ସମେତ ୨ଜଣଙ୍କୁ ଅପହରଣ କରାଯାଇଥିଲେ ମଧ୍ୟ ଦୁର୍ଗାପ୍ରସାଦ ଲୋକ ଜାଣି ପାରି ନ ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଖସି ଆସିଥିବାବେଳେ ନବୀନଙ୍କୁ ଦେଉଳପଲ୍ଲୀ ବାସିନ୍ଦା ହତ୍ୟା କରି ଫୋପାଡି ଦେଇଥିବା ଅଭିଯୋଗ ହୋଇଛି।
ପୋଲିସ ନବୀନଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଛି। ଏହାକୁ ନେଇ ସିନ୍ଦୁରିଆରେ ଉତ୍ତେଜନା ଲାଗି ରହିଛି। ଆକ୍ରମଣକାରୀଙ୍କ ପଥର ମାଡ଼ରେ ଟାଉନ ଥାନା ଆଇଆଇସି ପ୍ରଜ୍ଞା ପାରମିତା ଜେନାଙ୍କ ସମେତ ଦୁର୍ଗାପ୍ରସାଦର ଅଖିଳ ମାଝି, କିଶୋର ମାଝି, ଶ୍ରୀକାନ୍ତ ଦଳେଇ, ଶ୍ରୀହରି ହରପ୍ରସାଦ, ପୂର୍ଣ୍ଣଚନ୍ଦ୍ର ବେହେରା ପ୍ରମୁଖ ୧୧ ଜଣ ଆହତ ହୋଇଛନ୍ତି। ଆହତମାନେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦେଉଳପଲ୍ଲୀର ଆହତମାନେ କେଉଁଠି ଚିକିସତ୍ିତ ହେଉଛନ୍ତି ସୂଚନା ମିଳିନାହିଁ। ମୃତକଙ୍କ ପରିବାର ଓ ଆହତମାନଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୪୩/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଏସ୍‌ପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଏସ୍‌ପି ଉମାକାନ୍ତ ମଲ୍ଲିକ ପହଞ୍ଚି ତଦନ୍ତ କରିଛନ୍ତି। ଅନ୍ୟପକ୍ଷେ ଏତେବଡ଼ ଶୋଭାଯାତ୍ରାରେ ପୋଲିସ ଫୋର୍ସ ବଦଳରେ ହୋମଗାର୍ଡ ଡ୍ୟୁଟି କରୁଥିବା ଦେଖିବାକୁ ମିଳିଥିଲା। ପୋଲିସର ଦାୟିତ୍ୱହୀନତା ଯୋଗୁ ଗୋଟିଏ ଜୀବନ ଚାଲିଗଲା ବୋଲି ଗ୍ରାମବାସୀ କହିଛନ୍ତି।
ସୂଚନା ଅନୁଯାୟୀ, ବୁଧବାର ଦେଉଳପଲ୍ଲୀ ଓ ଦୁର୍ଗାପ୍ରସାଦ ଗାଁ ପକ୍ଷରୁ ଦଣ୍ଡ ଠାକୁରଙ୍କ ଶୋଭାଯାତ୍ରା ବାହାରିଥିଲା। ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ଏହି ଶୋଭାଯାତ୍ରା ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା। ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉଭୟ ଗାଁର ଡିଜେ ଗାଡ଼ି ମୁହାଁମୁହିଁ ହେବା ପରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଏନେଇ ଟାଉନ ଥାନା ଆଇଆଇସି ପ୍ରଜ୍ଞା ପାରମିତା ଜେନା କୁହନ୍ତି, ପୋଲିସ ଘଟଣା ତଦନ୍ତ କରୁଛି। କେତେଜଣ ଲୋକଙ୍କୁ ଅଟକ ରଖି ପଚରାଉଚୁରା ଚାଲିଛି। ନବୀନଙ୍କ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri