ସୃଷ୍ଟି ହେବେ ଯୁବ ଉଦ୍ୟୋଗୀ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଅଧିକ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଯୁବଗୋଷ୍ଠୀଙ୍କ ମଧ୍ୟରେ ନୂତନ ଉଦ୍ୟୋଗୀ ହେବାର ଚିନ୍ତାଧାରାକୁ ତୃଣମୂଳ ସ୍ତରରୁ ବିକାଶ କରିବା ସକାଶେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଶିକ୍ଷିତ ଯୁବଗୋଷ୍ଠୀକୁ ଏକ ସଫଳ ଉଦ୍ୟୋଗୀ ଭାବେ ଗଢ଼ି ତୋଳିବା ସକାଶେ ସରକାର ଷ୍ଟାର୍ଟଅପ୍‌ ଓଡ଼ିଶା ଯାତ୍ରା ୨.୦ ଆରମ୍ଭ କରିଛନ୍ତି।
ରାଜ୍ୟରେ ବହୁ ସଂଖ୍ୟାରେ ଯୁବ ଉଦ୍ୟୋଗୀ ସୃଷ୍ଟି ହେବେ। ଆସନ୍ତା ୨୦୨୫ ସୁଦ୍ଧା ୫ ହଜାର ଷ୍ଟାର୍ଟଅପ୍‌ ସୃଷ୍ଟି କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି । ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଉଦ୍ୟୋଗୀ ହେବାର ଭାବନା ଜାଗ୍ରତ କରାଯିବ। ଏହି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଷ୍ଟାର୍ଟଅପ୍‌ ଓଡ଼ିଶା ଯାତ୍ରା ୨.୦ ଆରମ୍ଭ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଯାତ୍ରା ଆସନ୍ତା ୨ ମାସ ମଧ୍ୟରେ ରାଜ୍ୟର ୩୦ ଜିଲାର ୧୦୦ ଶିକ୍ଷାନୁଷ୍ଠାନ ପରିକ୍ରମା କରିବ। ତୃଣମୂଳସ୍ତରରୁ ଇନୋଭେଟର, ମହିଳା ଉଦ୍ୟୋଗୀ ସୃଷ୍ଟି କରିବା ସହ ଯୁବଗୋଷ୍ଠୀଙ୍କୁ ଉଦ୍ୟୋଗ ପ୍ରତି ଆକୃଷ୍ଟ କରିବା ଲକ୍ଷ୍ୟ ନେଇ ଏହି ଯାତ୍ରା ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବଗୋଷ୍ଠୀଙ୍କ ମଧ୍ୟରେ ନୂଆ ଚିନ୍ତାଧାରାର ସଂସ୍କୃତି ସୃଷ୍ଟି କରିବା ସହ ଉଦ୍ୟୋଗୀ ହେବାର ମାନସିକତାକୁ ବୃଦ୍ଧି କରିବାରେ ଏହା ସହାୟକ ହେବ । ରାଜ୍ୟରେ ଏବେ ସୁଦ୍ଧା ୧୩୦୦ ସ୍ବୀକୃତିପ୍ରାପ୍ତ ଷ୍ଟାର୍ଟଅପ୍‌ ରହିଛି । ଏହା ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିପାରିଛି। ଏଥିରୁ ୪୦ ପ୍ରତିଶତ ଷ୍ଟାର୍ଟଅପ୍‌କୁ ମହିଳା ଉଦ୍ୟୋଗୀ ଚଳାଉଛନ୍ତି। ଏହି ଯାତ୍ରା ସମୟରେ ବିଭିନ୍ନ ଅନୁଷ୍ଠାନ ତରଫରୁ ବୁଟ୍‌କ୍ୟାମ୍ପ ଆୟୋଜନ କରାଯିବ। ଓଡ଼ିଶା ହେଉଛି ନୂତନ ଚିନ୍ତାଧାରା ଓ ମେଧାବୀଙ୍କ ହବ୍‌। ରାଜ୍ୟରେ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା କ୍ଷେତ୍ରରେ ଷ୍ଟାର୍ଟଅପ୍‌ ଓଡ଼ିଶା ଯାତ୍ରା ୨.୦ ଭ୍ୟାନ୍‌ କ୍ୟାମ୍ପେନ ଓ ବୁଟ୍‌କ୍ୟାମ୍ପ୍ସ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ସଚିବ ରଞ୍ଜନା ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ଷ୍ଟାର୍ଟଅପ୍‌ ଓଡ଼ିଶାର ଏକ୍‌ଜିକ୍ୟୁଟିଭ ଚେୟାରମ୍ୟାନ ଓମ୍‌କାର ରାୟ ଏବଂ ୫୦ ଜଣ ଯୁବ ଷ୍ଟାର୍ଟଅପ୍‌ ପ୍ରତିଷ୍ଠାତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri