‘ଧରିତ୍ରୀ କ୍ଲାଇମେଣ୍ଟ ଗ୍ରାଣ୍ଟ ପ୍ରୟାସରୁ ଯୁବ ପରିବେଶବିତ୍‌ମାନେ ଅଧିକ ସାଧନ ପାଉଛନ୍ତି’

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌ ବା ଯୁବ ସମ୍ମିଳନୀ’ ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଏହି କାର୍ଯ୍ୟକ୍ରମ ୫ମ ସଂସ୍କରଣରେ ପହଞ୍ଚିଥିବାବେଳେ ସୋମବାର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ଫାଇଣ୍ଡିଂ ସଲ୍ୟୁଶନ୍ସ’।

ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସିଇଓ ଆଦ୍ୟାଶା ସତପଥୀ ଧରିତ୍ରୀ ୟୁଥ କନ୍‌କ୍ଲେଭ୍‌କୁ ଉଦ୍‌ଘାଟନ କରି ଏହାକୁ ତୃଣମୂଳ ସ୍ତରରେ ପରିବେଶବିତ୍‌ଙ୍କ ପାଇଁ ଏକ ପ୍ଲାଟଫର୍ମ ବୋଲି କହିଛନ୍ତି। ସେ ଯୁବ ପରିବେଶବିତ୍‌ମାନଙ୍କୁ ସମର୍ଥନ କରିବା ସହ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ର ଭୂମିକା ଉପରେ ଆଲୋକପାତ କରିଛନ୍ତି।

ସେ କହିଛନ୍ତି,ଏହି ଧରିତ୍ରୀ କ୍ଲାଇମେଣ୍ଟ ଗ୍ରାଣ୍ଟ ପ୍ରୟାସଟି ତୃଣମୂଳ ସ୍ତରରେ ପରିବେଶ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ସହଯୋଗ ଦେବା ଓ ସେମାନଙ୍କୁ ତାଙ୍କ ଗାଁ ଓ ସମୁଦାୟରେ ଯଥୋଚିତ ସ୍ବୀକୃତି ଦେବା ପାଇଁ ଆରମ୍ଭ କରାଯାଇଛି। ଏହି ଗ୍ରାଣ୍ଟ ମାଧ୍ୟମରେ ଯୁବ ପରିବେଶକର୍ମୀମାନେ କେବଳ ପରିଚିତି ଲାଭ କରୁନାହିଁ ବରଂ ଅଧିକ ସାଧନ ମଧ୍ୟ ପାଉଛନ୍ତି।

ସେ ଆହୁରି କହିଛନ୍ତି ରାଜ୍ୟର ବର୍ତ୍ତମାନ ଏକ ବିକଶିତ ହେଉଥିବା ଜଳବାୟୁ ପରିବର୍ତ୍ତନ ଦେଖାଯାଉଛି। ଗତକାଲି ଗ୍ରୀନ ହେରୋ ସମିଟରେ ବହୁ ପରିବେଶକର୍ମୀ ଯୋଗ ଦେଇ ସେମାନଙ୍କ ବିଚାରର ଆଦାନ ପ୍ରଦାନ କରିଥିଲେ। କ୍ଲାଇମେଟ୍‌ ଫିଲ୍ମ ଫେଷ୍ଟରେ ପରିବେଶକୁ ନେଇ କିଛି ଚଳଚ୍ଚିତ୍ର ପଦର୍ଶନ କରାଯାଇଥିଲା, ଯାହାକି ପରିବେଶ ପାଇଁ କାମ କରୁଥିବା କର୍ମୀଙ୍କୁ ଅଧିକ ଆଇଡିଆ ମିଳିପାରିଛି ବୋଲି କହିଛନ୍ତି ଆଦ୍ୟାଶା ସତପଥୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri