‘ଧରିତ୍ରୀ କ୍ଲାଇମେଣ୍ଟ ଗ୍ରାଣ୍ଟ ପ୍ରୟାସରୁ ଯୁବ ପରିବେଶବିତ୍‌ମାନେ ଅଧିକ ସାଧନ ପାଉଛନ୍ତି’

ଭୁବନେଶ୍ୱର,୨୪ା୧୧: ଜଳବାୟୁ ପରିବର୍ତ୍ତନର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନେ କିଭଳି ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରି ଏହି ଅଭିଯାନରେ ସାମିଲ କରିପାରିବେ ସେ ସଂକ୍ରାନ୍ତରେ ‘ଧରିତ୍ରୀ’ ପକ୍ଷରୁ ପ୍ରତିବର୍ଷ ‘ୟୁଥ କନ୍‌କ୍ଲେଭ୍‌ ବା ଯୁବ ସମ୍ମିଳନୀ’ ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଏହି କାର୍ଯ୍ୟକ୍ରମ ୫ମ ସଂସ୍କରଣରେ ପହଞ୍ଚିଥିବାବେଳେ ସୋମବାର ପ୍ରସଙ୍ଗ ରହିଛି ‘କ୍ଲାଇମେଟ୍‌ ଚେଞ୍ଜ: ଫାଇଣ୍ଡିଂ ସଲ୍ୟୁଶନ୍ସ’।

ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସିଇଓ ଆଦ୍ୟାଶା ସତପଥୀ ଧରିତ୍ରୀ ୟୁଥ କନ୍‌କ୍ଲେଭ୍‌କୁ ଉଦ୍‌ଘାଟନ କରି ଏହାକୁ ତୃଣମୂଳ ସ୍ତରରେ ପରିବେଶବିତ୍‌ଙ୍କ ପାଇଁ ଏକ ପ୍ଲାଟଫର୍ମ ବୋଲି କହିଛନ୍ତି। ସେ ଯୁବ ପରିବେଶବିତ୍‌ମାନଙ୍କୁ ସମର୍ଥନ କରିବା ସହ ‘ଧରିତ୍ରୀ କ୍ଲାଇମେଟ୍‌ ଗ୍ରାଣ୍ଟ’ର ଭୂମିକା ଉପରେ ଆଲୋକପାତ କରିଛନ୍ତି।

ସେ କହିଛନ୍ତି,ଏହି ଧରିତ୍ରୀ କ୍ଲାଇମେଣ୍ଟ ଗ୍ରାଣ୍ଟ ପ୍ରୟାସଟି ତୃଣମୂଳ ସ୍ତରରେ ପରିବେଶ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ସହଯୋଗ ଦେବା ଓ ସେମାନଙ୍କୁ ତାଙ୍କ ଗାଁ ଓ ସମୁଦାୟରେ ଯଥୋଚିତ ସ୍ବୀକୃତି ଦେବା ପାଇଁ ଆରମ୍ଭ କରାଯାଇଛି। ଏହି ଗ୍ରାଣ୍ଟ ମାଧ୍ୟମରେ ଯୁବ ପରିବେଶକର୍ମୀମାନେ କେବଳ ପରିଚିତି ଲାଭ କରୁନାହିଁ ବରଂ ଅଧିକ ସାଧନ ମଧ୍ୟ ପାଉଛନ୍ତି।

ସେ ଆହୁରି କହିଛନ୍ତି ରାଜ୍ୟର ବର୍ତ୍ତମାନ ଏକ ବିକଶିତ ହେଉଥିବା ଜଳବାୟୁ ପରିବର୍ତ୍ତନ ଦେଖାଯାଉଛି। ଗତକାଲି ଗ୍ରୀନ ହେରୋ ସମିଟରେ ବହୁ ପରିବେଶକର୍ମୀ ଯୋଗ ଦେଇ ସେମାନଙ୍କ ବିଚାରର ଆଦାନ ପ୍ରଦାନ କରିଥିଲେ। କ୍ଲାଇମେଟ୍‌ ଫିଲ୍ମ ଫେଷ୍ଟରେ ପରିବେଶକୁ ନେଇ କିଛି ଚଳଚ୍ଚିତ୍ର ପଦର୍ଶନ କରାଯାଇଥିଲା, ଯାହାକି ପରିବେଶ ପାଇଁ କାମ କରୁଥିବା କର୍ମୀଙ୍କୁ ଅଧିକ ଆଇଡିଆ ମିଳିପାରିଛି ବୋଲି କହିଛନ୍ତି ଆଦ୍ୟାଶା ସତପଥୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?