ଯୁବ ଚାଷୀଙ୍କୁ ପାଦରେ ଦଳିଦେଲା ହାତୀ: ଫସଲ ଜଗିବାକୁ ଯାଉଥିବାବେଳେ…

ଦେବଗଡ,୧୨।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡରେ ଜାରି ରହିଛି ହାତୀ-ମଣିଷ ଲଢେଇ । ଏହି କ୍ରମରେ ଶନିବାର ସଂଧ୍ୟାରେ ଦେବଗଡ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖୋଲଡିହୀ ଗ୍ରମ ଜଙ୍ଗଲରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଖୋଲଡିହି ଗ୍ରାମର ଟିକିରାମ ଯୁବ ଚାଷୀ ଶୋଭାରାମ ରୋହିଦାଶ(୪୧) ବୋଲି ଜଣାପଡିଛି ।

ଶୋଭାରାମ ଘରୁ ବାହାରି ହାତୀ ଦାଉରୁ ଧାନ ଫସଲକୁୁ ସୁରକ୍ଷାଦେବା ନିମନ୍ତେ ଉର୍ଦ୍ଦିିଷ୍ଟ ମଂଞ୍ଚାକୁ ଯାଉଥିବା ବେଳେ ଖୋଲଡିହୀ ସଂରକ୍ଷିତ ଜଙ୍ଗଲରେ ଜଙ୍ଗଲୀ ହାତୀ ସହିତ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ହାତୀ ତାଙ୍କୁ ତଳେ କଚାଡି ପାଦରେ ଦଳିଦେବାରୁ ଶୋଭାରାମଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା ।

ସୂଚନା ପାଇଁ ବନ ବିଭାଗ ପକ୍ଷରୁ ଲଇମୁରା ସେକ୍ସନର ଫରେଷ୍ଟର ତୁଷାର ରଞ୍ଜନ ପ୍ରଧାନ ବିଭାଗୀୟ କର୍ମଚାରୀ ମାନଙ୍କ ସହିତ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ଶୋଭାରାମଙ୍କ ମୃତଦେହ ଉଦ୍ଧାର କରିବାସହ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟ ମୃତଗାରରେ ସଂରକ୍ଷିତ ରଖାଯାଇଛି । ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଦେବଗଡ ବନଖଣ୍ଡ ଅଂଚଳରେ ଲାଗି ରହିଥିବା ହାତୀ-ମଣିଷ ଲଢେଇ ଗତ କିଛି ଦିନ ହେଲା ଉଗ୍ରରୂପ ଧାରଣ କରିଛି । ଗତ ସେପ୍ଟେମ୍ବର ମାସ ୧୨ ତାରିଖରେ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ବିଦ୍ୟୁତ ମଣିଷ ଦ୍ୱାରା ଖଞ୍ଜାଯାଇଥିବା ବିଦ୍ୟୁତ ଆଘାତରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିଲା । ବନ ବିଭାଗ ପକ୍ଷରୁ ଏ ଘଟଣାର ସମ୍ପୃକ୍ତଞ୍‌ମାନଙ୍କୁ ଗିରଫ କରାଯାଇଥିବା ବେଳେ ଗତ ୫ ତାରିଖରେ ରିଆମାଳ ବନାଂଚଳ ନୂଆଁଡିହୀ ସେକ୍ସନ ଅନ୍ତର୍ଗତ କଦଳିପାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିଲା । ଏହାପରେ ଗତ ୮ ତାରିଖରେ ରିଆମାଳ ବନାଞ୍ଚଳ ରେଙ୍ଗାଳବେଡା ଫରେଷ୍ଟ ସେକ୍ସନ ଅନ୍ତର୍ଗତ କାଉଁଶିତଇଳା ଗ୍ରାମରେ ମଣିଷ ଦ୍ୱାରା ଖାଞ୍ଜାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଷରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିଲା । ଅନ୍ୟପକ୍ଷରେ ଗତ ଶୁକ୍ରବାର ସକାଳେ ଦେବଗଡ ବନାଞ୍ଚଳ ତିଲେଇବଣି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜୁଆଳିଭଙ୍ଗା ଗ୍ରାମ ନିକଟସ୍ଥ ପ୍ରଭାଶୁଣି ସଂରକ୍ଷିତ ଜଂଗଲରୁ ଏକ ଗର୍ଭିଣି ହାତୀର ମୃତଦେହ ଉଦ୍ଧାର କରାଯାଇଥିଲା ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri