ଯୁବ ଚାଷୀଙ୍କୁ ପାଦରେ ଦଳିଦେଲା ହାତୀ: ଫସଲ ଜଗିବାକୁ ଯାଉଥିବାବେଳେ…

ଦେବଗଡ,୧୨।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡରେ ଜାରି ରହିଛି ହାତୀ-ମଣିଷ ଲଢେଇ । ଏହି କ୍ରମରେ ଶନିବାର ସଂଧ୍ୟାରେ ଦେବଗଡ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖୋଲଡିହୀ ଗ୍ରମ ଜଙ୍ଗଲରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଖୋଲଡିହି ଗ୍ରାମର ଟିକିରାମ ଯୁବ ଚାଷୀ ଶୋଭାରାମ ରୋହିଦାଶ(୪୧) ବୋଲି ଜଣାପଡିଛି ।

ଶୋଭାରାମ ଘରୁ ବାହାରି ହାତୀ ଦାଉରୁ ଧାନ ଫସଲକୁୁ ସୁରକ୍ଷାଦେବା ନିମନ୍ତେ ଉର୍ଦ୍ଦିିଷ୍ଟ ମଂଞ୍ଚାକୁ ଯାଉଥିବା ବେଳେ ଖୋଲଡିହୀ ସଂରକ୍ଷିତ ଜଙ୍ଗଲରେ ଜଙ୍ଗଲୀ ହାତୀ ସହିତ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ହାତୀ ତାଙ୍କୁ ତଳେ କଚାଡି ପାଦରେ ଦଳିଦେବାରୁ ଶୋଭାରାମଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା ।

ସୂଚନା ପାଇଁ ବନ ବିଭାଗ ପକ୍ଷରୁ ଲଇମୁରା ସେକ୍ସନର ଫରେଷ୍ଟର ତୁଷାର ରଞ୍ଜନ ପ୍ରଧାନ ବିଭାଗୀୟ କର୍ମଚାରୀ ମାନଙ୍କ ସହିତ ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ଶୋଭାରାମଙ୍କ ମୃତଦେହ ଉଦ୍ଧାର କରିବାସହ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟ ମୃତଗାରରେ ସଂରକ୍ଷିତ ରଖାଯାଇଛି । ରବିବାର ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଦେବଗଡ ବନଖଣ୍ଡ ଅଂଚଳରେ ଲାଗି ରହିଥିବା ହାତୀ-ମଣିଷ ଲଢେଇ ଗତ କିଛି ଦିନ ହେଲା ଉଗ୍ରରୂପ ଧାରଣ କରିଛି । ଗତ ସେପ୍ଟେମ୍ବର ମାସ ୧୨ ତାରିଖରେ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ବିଦ୍ୟୁତ ମଣିଷ ଦ୍ୱାରା ଖଞ୍ଜାଯାଇଥିବା ବିଦ୍ୟୁତ ଆଘାତରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିଲା । ବନ ବିଭାଗ ପକ୍ଷରୁ ଏ ଘଟଣାର ସମ୍ପୃକ୍ତଞ୍‌ମାନଙ୍କୁ ଗିରଫ କରାଯାଇଥିବା ବେଳେ ଗତ ୫ ତାରିଖରେ ରିଆମାଳ ବନାଂଚଳ ନୂଆଁଡିହୀ ସେକ୍ସନ ଅନ୍ତର୍ଗତ କଦଳିପାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିଲା । ଏହାପରେ ଗତ ୮ ତାରିଖରେ ରିଆମାଳ ବନାଞ୍ଚଳ ରେଙ୍ଗାଳବେଡା ଫରେଷ୍ଟ ସେକ୍ସନ ଅନ୍ତର୍ଗତ କାଉଁଶିତଇଳା ଗ୍ରାମରେ ମଣିଷ ଦ୍ୱାରା ଖାଞ୍ଜାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଷରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିଲା । ଅନ୍ୟପକ୍ଷରେ ଗତ ଶୁକ୍ରବାର ସକାଳେ ଦେବଗଡ ବନାଞ୍ଚଳ ତିଲେଇବଣି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜୁଆଳିଭଙ୍ଗା ଗ୍ରାମ ନିକଟସ୍ଥ ପ୍ରଭାଶୁଣି ସଂରକ୍ଷିତ ଜଂଗଲରୁ ଏକ ଗର୍ଭିଣି ହାତୀର ମୃତଦେହ ଉଦ୍ଧାର କରାଯାଇଥିଲା ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?