ସରକାରୀ ଯୋଜନାର ଲାଭ ଉଠାନ୍ତୁ ଯୁବ ଚାଷୀ: କୁକୁଡ଼ା ପାଳନ ଉପରେ ଦକ୍ଷତା ବୃଦ୍ଧି ତାଲିମ ଶିବିର

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁକୁଡ଼ା ପାଳନ ଉପରେ ୫ ଦିନିଆ ଦକ୍ଷତା ବୃଦ୍ଧି ତାଲିମ ଶିବିର ଚାଲିଥିଲା। ତାହା ଉଦଯାପିତ ହୋଇଯାଇଛି। ଉକ୍ତ ତାଲିମ ଶିବିରରେ ଜିଲାର ବିଭିନ୍ନ ବ୍ଲକରୁ ୪୦ ଜଣ ଅଗ୍ରଣୀ ଚାଷୀ ଯୋଗ ଦେଇଥିଲେ। ଚାଷୀମାନଙ୍କୁ କୁକୁଡ଼ା ପାଳନର ବିଭିନ୍ନ ଦିଗ ଉପରେ ତାଲିମ ଦିଆ ଯାଇଥିଲା। ଅଣ୍ଡାରୁ ଚିଆଁ ଫୁଟାଇବା, ଦିନିକିଆ ଚିଆଁକୁ ବୃଡିଙ୍ଗ ଦ୍ୱାରା ବଡ କରିବା, ଉପଯୁକ୍ତ ଖାଦ୍ୟର ପ୍ରସ୍ତୁତି ତଥା ରୋଗ ନିରାକରଣ ଉପରେ ଏହି ତାଲିମରେ ବିଶେଷ ଭାବେ ଚାଷୀ ମାନଙ୍କୁ ଅବଗତ କରାଯାଇଥିଲା। ସରକାରଙ୍କ ଦ୍ୱାରା ପ୍ରଚଳିତ ବିଭିନ୍ନ ଜନ ଉପକାରୀ ଯୋଜନାରେ କିପରି ଭାବେ ନିଜକୁ ସାମିଲ କରି ଯୁବ ଚାଷୀ ମାନେ ଲାଭବାନ ହୋଇପାରିବେ ସେ ଉପରେ ସୂଚନା ମଧ୍ୟ ଦିଆଯାଇଥିଲା। ଚାଷୀ ମାନେ ନିଜ ହାତରେ ଅଣ୍ଡା ଫୁଟା ଯନ୍ତ୍ରର ପରିଚାଳନା, ଚିଆଁ ବୃଡିଙ୍ଗ ଓ ମୃତ ପକ୍ଷୀଙ୍କ ପୋଷ୍ଟମର୍ଟମ କରିବା ଶିଖିଥିଲେ। ଏହି ତାଲିମ ଦ୍ୱାରା ଚାଷୀମାନେ ନିଜର ଜ୍ଞାନ ଓ ଦକ୍ଷତା ବୃଦ୍ଧି ହେବା ସହ ସରକାରୀ ଯୋଜନା ବିଷୟରେ ଅବଗତ ହୋଇଥିବାରୁ ଖୁସି ପ୍ରକାଶ କରିଥିଲେ । ଆଗକୁ ଏପରି ଅଧିକ ତାଲିମ ଆଯୋଜନ କରିବା ପାଇଁ କୃଷି ବିଜ୍ଞାନ କେନ୍ଦ୍ର ଅଧିକାରୀଙ୍କୁ ଅନୁରୋଧ କରିଥିଲେ। କୃଷି ବିଜ୍ଞାନ କେନ୍ଦ୍ର ତରଫରୁ ପ୍ରାଣୀ ବୈଜ୍ଞାନିକ ଡା. ସିଦ୍ଧାର୍ଥ ରଣବିଜୁଳି ଏହି ତାଲିମ ପ୍ରଦାନ କରିଥିଲେ। କୃଷି ବିଜ୍ଞାନ କେନ୍ଦ୍ରର କର୍ମଚାରୀ ବନଜା ତ୍ରିପାଠୀ ଓ ପୂଜାରାଣୀ ବିଶୋଇ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri