ଜଗନ୍ନାଥଙ୍କୁ ଯୁବା ଗୌରବ ସମ୍ମାନ

କେନ୍ଦୁଝର, ୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଭଗାମୁଣ୍ଡା ପଞ୍ଚାୟତ ନୂଆଗାଁ ଗ୍ରାମରୁ ବାହାରି ବିଶ୍ବ ରେକର୍ଡର ଅଧିକାରୀ ହୋଇପାରିଛନ୍ତି ଜଗନ୍ନାଥ ମହାନ୍ତି। ତାଙ୍କ ପିତା ହେଲେ ଶିକ୍ଷକ ଶ୍ୟାମ ସୁନ୍ଦର ମହାନ୍ତ ଓ ମା’ ହେଲେ ଶକୁନ୍ତଳା। ଜଗନ୍ନାଥଙ୍କୁ ୟୁଥ ଭିଜନ ୱେଲ ଫେୟାର ସୋସାଇଟି, ଉତ୍ତର ପ୍ରଦେଶ ପକ୍ଷରୁ ଚଳିତବର୍ଷର ୟୁବା ଗୌରବ ସମ୍ମାନ ଏବଂ ବ୍ଲୋଡ ୱାରିଓର ଆୱାର୍ଡ ୨୦୨୧ – ୨୨ ସାହାରଙ୍ଗପୁରର ଦିଲ୍ଲୀ ପବ୍ଲିକ ସ୍କୁଲ ଠାରେ ଗତ ୨୮ ତାରିଖରେ ପ୍ରଦାନ କରାଯାଇଛି।
ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଦେବେନ୍ଦ୍ର କୁମାର ନିମ ( ରାମପୁର ବିଧାୟକ), ପୂର୍ବତନ ଏମ୍‌ପି ରାଘବ ଲଖନପାଲ ଶର୍ମା, ଡିଷ୍ଟ୍ରିକ ୟୁଥ ଅଫିସର୍‌ ଶୁଭମ ଜୈନ, ସାହାରଙ୍ଗ ପୁର ଜିଲାପାଳ ଅଖିଲେଶ ସିଂହ ଉପସ୍ଥିତ ଥିଲେ। ଜଗନ୍ନାଥଙ୍କୁ ଦେବେନ୍ଦ୍ର କୁମାର ନିମ ମାନପତ୍ର ପ୍ରଦାନ କରିଥଲେ l ଏହି ପୁରସ୍କାର ସାରା ଭାରତ ବର୍ଷରୁ ୩୦ ଜଣଙ୍କୁ ପ୍ରଦାନ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଓଡ଼ିଶାରୁ ଏକମାତ୍ର ଓଡ଼ିଆ ପୁଅ ଭାବେ ଜଗନ୍ନାଥ ସ୍ଥାନ ପାଇଥିଲେ। ପିଲାଦିନରୁ ପାଠ ପଢା ସହିତ ସମାଜର ମଙ୍ଗଳ କାର୍ଯ୍ୟରେ ନିୟୋଜିତ ହେବାପାଇଁ ଇଚ୍ଛା ପ୍ରକାଶ କରିଥିଲେ। ସେବେଠାରୁ ପରିବାର ସହଯୋଗରେ ସେ ବିଭିନ୍ନ ସାମାଜିକ ସଙ୍ଗଠନରେ ସକ୍ରିୟ ଭାବେ ଜଡ଼ିତ ରହି ୨୦ ଥର ରକ୍ତ ଦାନ, ସ୍ବଚ୍ଛ ଭାରତ ଅଭିଯାନ , ବୃକ୍ଷରୋପଣ , ଯୁବ ସଶକ୍ତିକରଣ, ପରିବେଶ ସୁରକ୍ଷା ଭଳି ଜନକଲ୍ୟାଣ କାର୍ଯ କରିଆସୁଛନ୍ତି। ପୂର୍ବରୁ ଜଗନ୍ନାଥ ଇଣ୍ଟରନ୍ୟାଶନାଲ ବୁକ ଅଫ ରେକଡର୍‌ସ, ୟୁନିଭର୍ସାଲ ବୁକ ଅଫ ରେକଡର୍‌ସ, ଇଣ୍ଡିଆନ ବୁକ ଅଫ ରେକଡର୍‌ସରେ ନିଜ ନାମ ସ୍ବର୍ଣ୍ଣ ଅକ୍ଷରରେ ଲିପିବଦ୍ଧ କରାଇଛନ୍ତି l ଏଥିସହିତ ସେ ଜଣେ ପର୍ବତାରୋହୀ ଭାବେ ମଧ୍ୟ ୱାଲର୍‌ଡ ୱାଇଡ ବୁକ ଅଫ ରେକଡର୍‌ସରେ ନିଜକୁ ସ୍ଥାନୀତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri