ଗଜପତିରେ ନିଶା ମାଫିଆଙ୍କ କାଳ ସାଜିଛନ୍ତି ଯୁବ ଆଇପିଏସ୍‌ ରାକେଶ: ପାଇବେ ସମ୍ମାନଜନକ…

ମୋହନା, ୨୮।୪/୨୦୨୬ (ମନ୍ମଥ ମିଶ୍ର): ଆଦିବାସୀ ବହୁଳ ଗଜପତି ଜିଲାରେ ଗଞ୍ଜେଇ ମାଫିଆଙ୍କ ନିଦ ହଜାଇ ଦେଇଛନ୍ତି ଯୁବ ଆଇପିଏସ ଅଧିକାରୀ ରାକେଶ କୁମାର ସାହୁ। ଜିଲାରେ ବଢ଼ିଚାଲିଥିବା ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ଓ ଚାଷକୁ ରୋକିବା ଦିଗରେ ତାଙ୍କର ଦୃଢ଼ ପଦକ୍ଷେପ ପାଇଁ ସେ ଏବେ ଚର୍ଚ୍ଚାରେ। ଏହି ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଯୋଗେଶ ବାହାଦୁର ଖୁରାନିଆ ତାଙ୍କୁ ସମ୍ମାନଜନକ ’ଡିସ୍‌ ଆୱାର୍ଡ’ ପ୍ରଦାନ ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ରା.ଉଦୟଗିରି ଏସଡିପିଓ ଭାବେ କାର୍ଯ୍ୟରତ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଗଜପତି ପୋଲିସ ନିଶା କାରବାର ବିରୋଧରେ ବଡ଼ ବିଜୟ ହାସଲ କରିଛି।
ସୂଚନା ଅନୁଯାୟୀ, ଅଡ଼ବା ଥାନା ଅଞ୍ଚଳରୁ ୧୧ କ୍ୱିଣ୍ଟାଲ ୪୯୧ କିଲୋ ଗଞ୍ଜେଇ,ରା.ଉଦୟଗିରି ଥାନା ଅଞ୍ଚଳର ୫ କ୍ୱିଣ୍ଟାଲ ୭୫୮ କିଲୋ ଗଞ୍ଜେଇ ଜବତ ହୋଇଛି। ମାତ୍ର କିଛି ଦିନ ମଧ୍ୟରେ ୧୭ କ୍ୱିଣ୍ଟାଲ ୨୪୯ କିଲୋ ଗଞ୍ଜେଇ ଜବତ କରି ପୋଲିସ ଏକ ରେକର୍ଡ ସୃଷ୍ଟି କରିଛି।
ଗଜପତି ଜିଲାରେ ନିରୀହ ଆଦିବାସୀଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ବାହାର ରାଜ୍ୟର ମାଫିଆମାନେ ଗଞ୍ଜେଇ ଚାଷରେ ନିୟୋଜିତ କରୁଥିଲେ। ପ୍ରଶାସନର ବାରମ୍ବାର ସଚେତନତା ସତ୍ତ୍ୱେ ଏହି କାରବାର ଥମିବାର ନାଁ ନେଉନଥିଲା। ଏହି ସମୟରେ ଶ୍ରୀ ସାହୁ କଡ଼ା ଆଭିମୁଖ୍ୟ ଗ୍ରହଣ କରି ମାଫିଆଙ୍କ ନେଟୱର୍କକୁ ଧ୍ୱଂସ କରିବା ପାଇଁ ଅଣ୍ଟା ଭିଡ଼ିଥିଲେ। ତାଙ୍କର ଏହି ନିଶା ବିରୋଧୀ ଅଭିଯାନ ଯୋଗୁଁ ତାଙ୍କୁ ’ନିଶା ମୁକ୍ତ ଓଡ଼ିଶା ଅଭିଯାନ’ର ଗଜପତି ଜିଲା ସାରଥୀ ଭାବେ ଅଭିହିତ କରାଯାଇଛି।
ଜଣେ କର୍ତ୍ତବ୍ୟନିଷ୍ଠ ଯୁବ ଅଧିକାରୀଙ୍କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ମନୋନୀତ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ବାତାବରଣ ଦେଖାଦେଇଛି। ତାଙ୍କର ଏହି ସଫଳତା ଆଗାମୀ ଦିନରେ ଜିଲାକୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ଦିଗରେ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଉତ୍ସାହିତ କରିବ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri