ବିଧବାଙ୍କୁ ପ୍ରେମ ପ୍ରତାରଣା

ବ୍ରହ୍ମପୁର ଅଫିସ,୨୯।୫: ଜନୈକା ବିଧବା ମହିଳାଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ହିଞ୍ଜିଳିକାଟୁ ଥାନା ଅଧୀନ ସାପୁଆପଲିର ନାରାୟଣ ପାଢ଼ୀ(୨୭)। ପୋଲିସ ଉଭୟଙ୍କ ଡାକ୍ତରୀ ମାଇନା କରାଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୨୨/୨୨) ରୁଜୁ କରି ଅଭିଯୁକ୍ତ ନାରାୟଣଙ୍କୁ କୋର୍ଟ ଚାଲାଣ କରିଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଅଭିଯୁକ୍ତଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ପୋଲିସ ସୂତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ନାରାୟଣ ପାଢ଼ୀ ମୁମ୍ବାଇରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଦୁଇ ବର୍ଷ ତଳେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ରହୁଥିବା ଜଣେ ବିଧବାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ବିବାହ ପ୍ରତିଶ୍ରୁତି ଦେଇ ନାରାୟଣ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରି କି ତାଙ୍କୁ ପୁରୀ, ରାଉରକେଲା ଓ ବିଶାଖାପାଟଣା ନେଇ ସମ୍ପର୍କ ରଖିଥିଲେ। ହେଲେ ନିରଞ୍ଜନଙ୍କ ଅନ୍ୟତ୍ର ବିବାହ ପାଇଁ ସ୍ଥିର ହୋଇଥିଲା। ଏହା ଜାଣିବା ପରେ ମହିଳା ଜଣକ ନାରାୟଣଙ୍କୁ ବିବାହ କରିବାକୁ ବାଧ୍ୟ କରିଥିଲେ। କିନ୍ତୁ ନାରାୟଣ ଏଥିରେ ରାଜି ହୋଇ ନ ଥିଲେ। ଏନେଇ ଜିଦ୍‌ କଲେ ଜୀବନରେ ମାରିଦେବାକୁ ନାରାୟଣ ଧମକ ଦେଇଥିଲେ। ଏ ସମ୍ପର୍କରେ ମହିଳା ଜଣକ ବଡବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri