ନାବାଳିକାଙ୍କୁ ଗର୍ଭବତୀ କଲେ ବଡ଼ ଭଉଣୀଙ୍କ ଦିଅର

ଜୟପୁର, ୧୦ା୧୨(ନି.ପ୍ର.): ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଇ ଗର୍ଭବତୀ କରିଥିବା ନେଇ କୋରାପୁଟ ଜିଲା ଜୟପୁର ମହିଳା ଥାନା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।

ଅଭିଯୋଗ ମୁତାବକ, ଜୟପୁର ସହରର ଜଣେ ନାବାଳିକା ଗତ ଫେବୃୟାରୀରେ ବଡ ଭଉଣୀଙ୍କ ଘର ମକାପୁଟ ଗ୍ରାମକୁ ଯାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ଭଉଣୀଙ୍କ ଦିଅର ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ନାବାଳିକାଙ୍କୁ ସେ ପ୍ରତାରଣା କରିଥିଲେ। ଏପରି କି ନାବାଳିକା ଜଣକ ଗର୍ଭବତୀ ଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ। ଏନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୧୦୦/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ନାବାଳିକାଙ୍କ ଡାକ୍ତରୀ ମାଇନା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଥାନା ଅଧିକାରୀ ମମତା ପାଣିଗ୍ରାହୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri