ନାବାଳିକାଙ୍କୁ ଗର୍ଭବତୀ କଲେ ବଡ଼ ଭଉଣୀଙ୍କ ଦିଅର

ଜୟପୁର, ୧୦ା୧୨(ନି.ପ୍ର.): ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଇ ଗର୍ଭବତୀ କରିଥିବା ନେଇ କୋରାପୁଟ ଜିଲା ଜୟପୁର ମହିଳା ଥାନା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।

ଅଭିଯୋଗ ମୁତାବକ, ଜୟପୁର ସହରର ଜଣେ ନାବାଳିକା ଗତ ଫେବୃୟାରୀରେ ବଡ ଭଉଣୀଙ୍କ ଘର ମକାପୁଟ ଗ୍ରାମକୁ ଯାଇଥିଲେ। ଘରେ କେହି ନ ଥିବାର ସୁଯୋଗ ନେଇ ଭଉଣୀଙ୍କ ଦିଅର ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ନାବାଳିକାଙ୍କୁ ସେ ପ୍ରତାରଣା କରିଥିଲେ। ଏପରି କି ନାବାଳିକା ଜଣକ ଗର୍ଭବତୀ ଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ। ଏନେଇ ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୧୦୦/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ନାବାଳିକାଙ୍କ ଡାକ୍ତରୀ ମାଇନା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଥାନା ଅଧିକାରୀ ମମତା ପାଣିଗ୍ରାହୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri