ଥାନା ଆଗରେ ଯୁବକଙ୍କୁ ଗୋଡ଼ାଇ ହାଣିଲେ

ବୋଲଗଡ଼,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଆଗରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କେତେଜଣ ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ସେ ହେଲେ ଗୋବର୍ଦ୍ଧନପୁର ଗ୍ରାମର ବିଜୟ କୁମାର ପାହାଡ଼ସିଂହ ଓରଫ ବିଜୁ। ବିଜୟଙ୍କୁ ରକ୍ଷା କରିବାକୁ ଯାଇ ଏହି ଗ୍ରାମର ସୁଦାମ ମାଝୀ ଓ ବୁଲୁ ପ୍ରଧାନ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ୩ଜଣଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଗୁରୁବାର ବିଜୟଙ୍କ ସ୍ତ୍ରୀ ବବିତା ସାମଲଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୩୭/୨୨) ରୁଜୁକରି ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ମୁତାବକ, ବୁଧବାର ରାତିରେ ଗୋବର୍ଦ୍ଧନପୁର ଗ୍ରାମର ଜଣେ ଯୁବକ ଖଣ୍ଡା ଧରି ବିଜୟଙ୍କୁ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଉଦ୍ୟମ କରିଥିଲେ। ଏହି ସମୟରେ କେତେଜଣ ଗ୍ରାମବାସୀ ପହଞ୍ଚି ସମ୍ପୃକ୍ତ ଯୁବକଙ୍କୁ କାବୁ କରି ବୋଲଗଡ଼ ଥାନାକୁ ନେଉଥିଲେ। ୭ରୁ ୮ଜଣ ଦୁର୍ବୃତ୍ତ ବାଇକରେ ଆସି ହଠାତ୍‌ ଥାନା ଆଗରେ ବିଜୟଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ବୁଲୁ ଓ ସୁଦାମ ଛଡ଼ାଇବାକୁ ଉଦ୍ୟମ କରୁଥିବା ବେଳେ ଦୁର୍ବୃତ୍ତମାନେ ମଧ୍ୟ ସେମାନଙ୍କୁ ଖଣ୍ଡାରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ପରେ ଗ୍ରାମବାସୀ ସମ୍ପୃକ୍ତ ଯୁବକଙ୍କ କାବୁ କରି ଥାନାରେ ଜିମା ଦେଇଥିଲେ। ଥାନା ଅଧିକାରୀ ବିଦିତା ନାୟକ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ବୋଲଗଡ଼ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଏମ୍‌ସ ଓ ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାକୁ ନେଇ ଗୋବର୍ଦ୍ଧନପୁର ଗ୍ରାମରେ ଉତ୍ତେଜନା ଲାଗି ରହିଛି। ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଥିବା ବେଳେ ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri