Posted inରାଜ୍ୟ

ଯୁବକଙ୍କୁ ପିଟି ପିଟି ହତ୍ୟା, ଭିଡିଓ ଭାଇରାଲ

ରାଉରକେଲା ଅଫିସ୍‌,୯।୭: ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆର୍‌ଏସ୍‌ପି) ପରିସରରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରିଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ମୃତକ ହେଲେ ଲାଠିକଟା ଅଞ୍ଚଳର ମୂଳବାସିନ୍ଦା ତଥା ରାଉରକେଲା ସହର ଉପକଣ୍ଠ ଦେଓଗାଁରେ ରହୁଥିବା ସଚିନ ଗୋପେ(୩୦)। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଟାଙ୍ଗରପାଲି ଥାନା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ସୂଚନା ଅନୁସାରେ, ରାଉରକେଲା ସହର ଉପକଣ୍ଠ ଦେଓଗାଁ ଦେହୁରୀ ବସ୍ତିର ସଚିନ ଗୁରୁବାର ସନ୍ଧ୍ୟାରେ କାରଖାନା ପାଚେରୀ ବାହାରେ ମୂମୂର୍ଷୁ ଅବସ୍ଥାରେ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସରକାରୀ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ସେପଟେ ସଚିନ ନିଶାଶକ୍ତ ଅବସ୍ଥାରେ କାରଖାନା ପରିସରକୁ ପଶିଥିଲେ। ଏହି ସମୟରେ କମ୍ପାନୀରେ ନିଯୁକ୍ତ ଘରୋଇ ସୁରକ୍ଷା କର୍ମୀମାନେ ତାଙ୍କୁ ପିଟି ପିଟି ମାରି ଦେବା ପରେ ପାଚେରୀ ବାହାରକୁ ଫିଙ୍ଗି ଦେଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ସମ୍ପର୍କୀୟ। ଏ ନେଇ ଏକ ମାମଲା (ନଂ.୧୭/୨୧) ରୁଜୁ କରି ଅଧିକ ତଦନ୍ତ ଚାଲିଛି ବୋଲି ଟାଙ୍ଗରପାଲି ଥାନା ଆଇଆଇସି ରବୀନ୍ଦ୍ର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri