Posted inରାଜ୍ୟ

ଯୁବକଙ୍କୁ ପିଟି ପିଟି ହତ୍ୟା, ଭିଡିଓ ଭାଇରାଲ

ରାଉରକେଲା ଅଫିସ୍‌,୯।୭: ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆର୍‌ଏସ୍‌ପି) ପରିସରରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରିଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ମୃତକ ହେଲେ ଲାଠିକଟା ଅଞ୍ଚଳର ମୂଳବାସିନ୍ଦା ତଥା ରାଉରକେଲା ସହର ଉପକଣ୍ଠ ଦେଓଗାଁରେ ରହୁଥିବା ସଚିନ ଗୋପେ(୩୦)। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଟାଙ୍ଗରପାଲି ଥାନା ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ସୂଚନା ଅନୁସାରେ, ରାଉରକେଲା ସହର ଉପକଣ୍ଠ ଦେଓଗାଁ ଦେହୁରୀ ବସ୍ତିର ସଚିନ ଗୁରୁବାର ସନ୍ଧ୍ୟାରେ କାରଖାନା ପାଚେରୀ ବାହାରେ ମୂମୂର୍ଷୁ ଅବସ୍ଥାରେ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସରକାରୀ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ସେପଟେ ସଚିନ ନିଶାଶକ୍ତ ଅବସ୍ଥାରେ କାରଖାନା ପରିସରକୁ ପଶିଥିଲେ। ଏହି ସମୟରେ କମ୍ପାନୀରେ ନିଯୁକ୍ତ ଘରୋଇ ସୁରକ୍ଷା କର୍ମୀମାନେ ତାଙ୍କୁ ପିଟି ପିଟି ମାରି ଦେବା ପରେ ପାଚେରୀ ବାହାରକୁ ଫିଙ୍ଗି ଦେଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ସମ୍ପର୍କୀୟ। ଏ ନେଇ ଏକ ମାମଲା (ନଂ.୧୭/୨୧) ରୁଜୁ କରି ଅଧିକ ତଦନ୍ତ ଚାଲିଛି ବୋଲି ଟାଙ୍ଗରପାଲି ଥାନା ଆଇଆଇସି ରବୀନ୍ଦ୍ର ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri