Posted inରାଜ୍ୟ

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ବରକନ୍ଦ ପଞ୍ଚାୟତ ଅନ୍ତର୍ଗତ ଟିଆଁସି ଗ୍ରାମରେ।

ସୂଚନାଯୋଗ୍ୟ ଟିଆଁସି ଗ୍ରାମର ଅନ୍ତ ନାଏକ(୬୨)ଙ୍କୁ ସେହି ଗ୍ରାମର ଧୀରେନ ନାଏକ(୩୭) ପ୍ରତିଦିନ ପାନ ମାଗି ଖାଉଥିବା ବେଳେ ପାନ ନ ଦେଲେ ଗାଳିଗୁଲଜ କରିବା ସହ ଧମକଚମକ ଦେଇ ଆସୁଥିଲେ। ଗତ ଗୁରୁବାର ସନ୍ଧ୍ୟାରେ ଧୀରେନ ଅନ୍ତ ଘରକୁ ଯାଇ ପାନ ମାଗିବାରୁ ଅନ୍ତ ଦେବାକୁ ସିଧାସଳଖ ମନା କରିଦେଇଥିଲେ। ଫଳରେ ଧୀରେନ ପାଟିତୁଣ୍ଡ କରିବା ସହ ରାଗରେ ଉତ୍ତେଜିତ ହୋଇ ଏକ ଲାଠିରେ ଅନ୍ତକୁ ମାଡ଼ ମାରିବାକୁ ଲାଗିଲେ। ସେହି ସମୟରେ ଅନ୍ତଙ୍କ ସ୍ତ୍ରୀ ବିଳାସୀ (୫୭)ହସ୍ତକ୍ଷେପ କଲାରୁ ଧୀରେନ ଠେଙ୍ଗାରେ ବିଳାସୀଙ୍କୁ ପିଟିପିଟି ମୁଣ୍ଡ ଫଟେଇ ଦରମରା ଅବସ୍ଥାରେ ଛାଡ଼ି ପଳାଇଥିଲେ। ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦୁହିଁଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ବିଳାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ତଙ୍କ ହାତ ଭାଙ୍ଗି ଯାଇଛି। ମୋରଡା ଥାନା ପୋଲିସ ଘଟଣାର ତଦନ୍ତ ଭାର ନେଇଥିବା ବେଳେ ମୃତଦେହ ଜବତ ପୂର୍ବକ ଏନେଇ ମୋରଡ଼ା ଥାନାରେ ୩୫୬ ନମ୍ବରରେ ହତ୍ୟା ଜନିତ ଏକ ମାମଲା ରୁଜୁ କରି ରବିବାର ମୃତଦେହ ବ୍ୟବଚ୍ଛେଦ କରାଇଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ଓ ପୋଲିସ ଘଟଣାସ୍ଥଳକୁ ଯାଇ ସର୍ଜମିନ ତଦନ୍ତ କରିଥିଲେ ଏବଂ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ମଧ୍ୟ ଜବତ କରିଥିଲେ। ତେବେ ଏହି ଘଟଣାରେ ଜଡ଼ିତ ମୁଖ୍ୟ ଅଭିଯୁକ୍ତ ଧୀରେନ ଫେରାର ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?