​ମା’ ସହ ଅବୈଧ ସମ୍ପର୍କ ସନ୍ଦେହ ହେଲା କାଳ, ଯୁବକଙ୍କୁ ସାଇକେଲ୍ କ୍ରାଙ୍କରେ ପିଟି ପିଟି ନିର୍ମମ ହତ୍ୟା

​ଝାରସୁଗୁଡା,୨୦ା୫(ଆଶିଷ ରଞ୍ଜନ ଦାଶ): ପରକୀୟା ପ୍ରୀତି ସନ୍ଦେହକୁ କେନ୍ଦ୍ର କରି ଝାରସୁଗୁଡା ଜିଲାରେ ଏକ ଅଭାବନୀୟ ତଥା ହୃଦୟବିଦାରକ ହତ୍ୟାକାଣ୍ଡ ଘଟିଯାଇଛି । ମା’ ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ଅନୈତିକ ସମ୍ପର୍କ ରଖିଥିବା ସନ୍ଦେହ କରି ଜଣେ ପୁଅ ତାର ସହଯୋଗୀମାନଙ୍କ ସହ ମିଶି ସଂପୃକ୍ତ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରିଛି । ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ସରବାହାଲର ରୋହିଦାସପଡା (ନୂଆପଡ଼ା) ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏହି ବିଭତ୍ସ ହତ୍ୟାକାଣ୍ଡ ଘଟିଛି ।

ମୃତ ଯୁବକ ଜଣକ ହେଲେ ସରବାହାଲ ନୂଆପଡ଼ାରେ ରହୁଥିବା ସୁନ୍ଦର ରୋହିଦାସ (୪୨)।​ଏହି ସମ୍ବେଦନଶୀଳ ଘଟଣାରେ ସଦର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତ ସମେତ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ନୂଆପଡ଼ାର ହିତେଶ ରୋହିଦାସ (୧୯), ତାଙ୍କ ବଡ଼ ଭାଇ ଲିଙ୍ଗରାଜ ରୋହିଦାସ ଓରଫ ଲିଙ୍ଗା (୨୦) ଏବଂ ସାରସମାଲ ଅଞ୍ଚଳର ମଙ୍ଗଳ ସାହୁ (୧୮)। ​ଝାରସୁଗୁଡା ଏସ.ପି. ଜି.ଆର. ରାଘବେନ୍ଦ୍ରଙ୍କ ସୂଚନା ଅନୁଯାୟୀ, ମୁଖ୍ୟ ଅଭିଯୁକ୍ତ ହିତେଶ ଓ ଲିଙ୍ଗରାଜଙ୍କ ମା’ଙ୍କ ସହ ମୃତ ସୁନ୍ଦର ରୋହିଦାସଙ୍କ ଅନୈତିକ ସମ୍ପର୍କ ଥିବା ନେଇ ହିତେଶ ବାରମ୍ବାର ସନ୍ଦେହ କରୁଥିଲେ। ଏଥିପାଇଁ ହିତେଶ ପୂର୍ବରୁ ସୁନ୍ଦରଙ୍କୁ ଅନେକ ଥର ଚେତାବନୀ ଦେବା ସହ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସୁନ୍ଦର କୌଣସି କଥା ମାନିନଥିଲେ।

ମଙ୍ଗଳବାର ବିଳମ୍ବିତ ରାତି ମଧ୍ୟରେ ଏହି ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା। ସୁନ୍ଦର ନିଜ ଘରେ ଶୋଇଥିବା ବେଳେ ତିନି ଅଭିଯୁକ୍ତ ଘର ଭିତରକୁ ପ୍ରବେଶ କରିଥିଲେ। ସେମାନେ ପ୍ରଥମେ ଲାଠିରେ ତାଙ୍କୁ ଆମାନୁଷିକ ଭାବେ ମାଡ଼ ମାରିଥିଲେ। ଏହାପରେ ମୁଖ୍ୟ ଅଭିଯୁକ୍ତ ହିତେଶ ଏକ ସାଇକେଲ କ୍ରାଙ୍କର ପେଡାଲ ଲୁହାରେ ସୁନ୍ଦରଙ୍କ ମୁଣ୍ଡକୁ ପିଟି ପିଟି ନିର୍ମମ ଭାବେ ଆକ୍ରମଣ କରିଥିଲେ। ଘଟଣା ଘଟାଇବା ପରେ ତିନି ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ।ଘଟଣା ବିଷୟରେ ​ଖବର ପାଇ ସଦର ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତ ଅବସ୍ଥାରେ ସୁନ୍ଦରଙ୍କୁ ଉଦ୍ଧାର କରି ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।​

ହତ୍ୟାକାଣ୍ଡର ତଦନ୍ତ ପାଇଁ ଝାରସୁଗୁଡା ଏସ.ପି ଜି.ଆର. ରେଡ୍ଡୀ, ଏସ.ଡ଼ି.ପି.ଓ ଉମାଶଙ୍କର ସିଂ ଏବଂ ସଦର ଥାନା ଆଇ.ଆଇ.ସି. ସ୍ୱପ୍ନାରାଣୀ ଗୋଛାୟତ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପୋଲିସ ସହ ଏକ ସାଇଣ୍ଟିଫିକ ଟିମ୍ ମଧ୍ୟ ପହଞ୍ଚି ପ୍ରମାଣ ସଂଗ୍ରହ କରିବା ସହ ହତ୍ୟାରେ ବ୍ୟବହୃତ ଅସ୍ତ୍ର ଓ ସାଇକେଲ କ୍ରାଙ୍କକୁ ଜବତ କରିଛି ।​ଏହି ଘଟଣାକୁ ନେଇ ଝାରସୁଗୁଡା ସଦର ଥାନାରେ କେସ ନମ୍ବର ୨୫୧/୨୦୨୬ ରେ ଏକ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଗିରଫ ୩ ଅଭିଯୁକ୍ତଙ୍କୁ ପୋଲିସ ଅଧିକ ପଚରାଉଚୁରା ଚଳାଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?