ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ଗୁରୁବାର ଖୁଣ୍ଟା ସାପ୍ତାହିକ ହାଟ ଆସିଥିଲେ। ହେଲେ ହାଟରୁ ଆଉ ଘରକୁ ଫେରି ନ ଥିଲେ। ଆଜି ସକାଳୁ ସ୍ଥାନୀୟ ଲୋକେ ରାସ୍ତାରେ ଯିବା ସମୟରେ ବଡ଼ଖୁଣ୍ଟା ରାସ୍ତା ପାର୍ଶ୍ୱରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ପୋଲିସକୁ ଖବର ଦେବା ପରେ ଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏବଂ ଯୁବକଙ୍କ ମୁହଁକୁ ଅତି ନିର୍ମମ ଭାବେ ଇଟାରେ ଛେଚି ହତ୍ୟା କରାଯାଇଥିବା ପୋଲିସ ଜାଣିବାକୁ ପାଇଥିବା ବେଳେ କେଉଁ କାରଣରୁ ହତ୍ୟାକାଣ୍ଡ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ହେଲେ ମୃତଦେହ ପାଖରେ ଗାଡି ଚାବି ପଡ଼ିଥିବା ବେଳେ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ଲୋଡ଼ିଛି ପୋଲିସ। ତେବେ କିଏ ଏବଂ କ’ଣ ପାଇଁ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଭିଆଇଲା ତାହାର ତଦନ୍ତ ଚାଲିଛି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri