ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ଗୁରୁବାର ଖୁଣ୍ଟା ସାପ୍ତାହିକ ହାଟ ଆସିଥିଲେ। ହେଲେ ହାଟରୁ ଆଉ ଘରକୁ ଫେରି ନ ଥିଲେ। ଆଜି ସକାଳୁ ସ୍ଥାନୀୟ ଲୋକେ ରାସ୍ତାରେ ଯିବା ସମୟରେ ବଡ଼ଖୁଣ୍ଟା ରାସ୍ତା ପାର୍ଶ୍ୱରେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ପୋଲିସକୁ ଖବର ଦେବା ପରେ ଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏବଂ ଯୁବକଙ୍କ ମୁହଁକୁ ଅତି ନିର୍ମମ ଭାବେ ଇଟାରେ ଛେଚି ହତ୍ୟା କରାଯାଇଥିବା ପୋଲିସ ଜାଣିବାକୁ ପାଇଥିବା ବେଳେ କେଉଁ କାରଣରୁ ହତ୍ୟାକାଣ୍ଡ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ। ହେଲେ ମୃତଦେହ ପାଖରେ ଗାଡି ଚାବି ପଡ଼ିଥିବା ବେଳେ ତଦନ୍ତ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ଲୋଡ଼ିଛି ପୋଲିସ। ତେବେ କିଏ ଏବଂ କ’ଣ ପାଇଁ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଭିଆଇଲା ତାହାର ତଦନ୍ତ ଚାଲିଛି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri