ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ ଯୁବକ ଅତି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟା ପରେ ଅଭିଯୁକ୍ତ ଜଣକ ଫେରାର ହୋଇଯାଇଥିବା ଜଣାପଡିଛି।

ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଅଭିଯୁକ୍ତଙ୍କୁ ଧରିବା ପାଇଁ ତପନାଘନା ଚଳାଇଛି। ଅନ୍ୟପକ୍ଷେ ସାହିରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଉଛି।