ପିଇବା ପାଣି ପାଇଁ ମୋବାଇଲ ଟାୱାର ଉପରେ ଚଢ଼ିଲେ ଯୁବକ

ନୂଆପଡ଼ା ଅଫିସ୍‌, ୨।୧: ନୂଆପଡ଼ା ଜିଲା ଖଡ଼ିଆଳ ଥାନା ଘରଧରା ଗ୍ରାମରେ ପିଇବା ପାଣି ସମସ୍ୟା ଦେଖାଦେଇଥିବାରୁ ଜଣେ ଯୁବକ ରବିବାର ମୋବାଇଲ ଟାୱାର ଉପରେ ଚଢ଼ି ପ୍ରତିବାଦ କରିଛନ୍ତି।

ଗ୍ରାମରେ ୩ଟି ନଳକୂପ ରହିଛି। ୨ଟିରୁ ଫ୍ଲୋରାଇଡ୍‌ ଯୁକ୍ତ ପାଣି ବାହାରୁଥିବାରୁ ବ୍ୟବହାର ଅନୁପଯୋଗୀ। ଅନ୍ୟଟି ଅଙ୍ଗନୱାଡ଼ି କେନ୍ଦ୍ର ପରିସରରେ ରହିଛି। ସେହି ନଳକୂପ ଉପରେ ଗାଁ ଲୋକେ ନିର୍ଭର କରନ୍ତି। ସମୟ ସମୟରେ ଅଙ୍ଗନୱାଡ଼ି କର୍ମୀ ଗେଟ୍‌ ବନ୍ଦ କରିଦେଉଥିବାରୁ ଗାଁ ଲୋକଙ୍କୁ ପାଣି ନେବାରେ ଅସୁବିଧା ହେଉଛି। ତେଣୁ ଗାଁର ହେମନ୍ତ ରଣା ନିକଟରେ ଥିବା ମୋବାଇଲ ଟାୱାର ଉପରେ ଚଢ଼ି ଏହାର ପ୍ରତିବାଦ କରିଥିଲେ। ଅଙ୍ଗନୱାଡ଼ି ଗେଟ୍‌ ଖୋଲା ରଖିବା ପାଇଁ ଚିତ୍କାର କରିଥିଲେ। ଯୁବକଙ୍କ ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଓହ୍ଲାଇ ଆସିବାକୁ କହିଥିଲେ। ମାତ୍ର ସେ ଶୁଣି ନ ଥିଲେ। ଖବରପାଇ ଖଡ଼ିଆଳ ଥାନା ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ତାଙ୍କୁ ବୁଝାଶୁଝା କରିଥିଲେ। ଏକ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଟାୱାର ଉପରେ ରହିବା ପରେ ହେମନ୍ତ ତଳକୁ ଓହ୍ଲାଇ ଆସିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri