ମହିଳାଙ୍କ ଘରକୁ ଯାଇ ଆତ୍ମହତ୍ୟା କଲେ ଯୁବକ, ଭାଇ ଆଣିଲେ ହତ୍ୟା ଅଭିଯୋଗ

ଧରାକୋଟ,୨୫ା୫(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ପୋଡ଼ାପଲି ଗ୍ରାମର ପଙ୍କଜ ପ୍ରଧାନ ନାମକ ଜଣେ ମହିଳାଙ୍କ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଶନିବାର ସନ୍ଧ୍ୟାରେ ଧରାକୋଟ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବାଲିଆସରା ଗ୍ରାମର ବିଜୟ ପୋଲାଇଙ୍କ ପୁତ୍ର ସୀମାଞ୍ଚଳ ପୋଲାଇ(୨୬)।

ମୃତ ସୀମାଞ୍ଚଳଙ୍କ ଭାଇ ନିରଞ୍ଜନ ଧରାକୋଟ ଥାନାରେ ଦେଇଥିବା ଏତଲା ଅନୁଯାୟୀ ତାଙ୍କ ଭାଇ ସୀମାଞ୍ଚଳ ଗତ ଶନିବାର ଧାର ଟଙ୍କା ମାଗିବା ପାଇଁ ପୋଡ଼ାପଲି ଯାଉଛି କହି ଘରୁ ବାହାରି ଆସିଥିଲେ। ସନ୍ଧ୍ୟାରେ ଜଣେ ମହିଳା ପଙ୍କଜ ପ୍ରଧାନ ତାଙ୍କୁ ଫୋନ କରି ତାଙ୍କ ଭାଇ ପୋଡ଼ାପଲି ପଙ୍କଜଙ୍କ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଇଥିଲେ। ହେଲେ ନିରଞ୍ଜନଙ୍କ ଅଭିଯୋଗ ହେଲା ତାଙ୍କ ଭାଇ ସୀମାଞ୍ଚଳଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଛି। ଖବର ପାଇ ଧରାକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ୩/୨୫ ପ୍ରକାରେ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏଠାରେ ପ୍ରଶ୍ନ ଉଠୁଛି ସଂପୃକ୍ତ ମହିଳାଙ୍କ ସହ ସୀମାଞ୍ଚଳଙ୍କ ସମ୍ପର୍କ କଣ? ସୀମାଞ୍ଚଳଙ୍କଠାରୁ ସେ ଟଙ୍କା ଧାର ଆଣିଥିଲେ କାହିଁକି? ସୀମାଞ୍ଚଳଙ୍କ ସହ ତାଙ୍କର ସୁସମ୍ପର୍କ ସୃଷ୍ଟି ହେଲା କିପରି? ରହସ୍ୟ ମଧ୍ୟରେ ରହିଥିବା ଏହି ଆତ୍ମହତ୍ୟା କାହାଣୀ ବ୍ୟବଚ୍ଛେଦ ରିପୋର୍ଟ ଓ ପୋଲିସର ଉପଯୁକ୍ତ ତଦନ୍ତ ପରେ ଖୁଲାସା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?