ହିଞ୍ଜିଳିକାଟୁ,୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଗୋପୀନାଥପୁର ନିକଟ ଜାତୀୟ ରାଜପଥ ନଂ.୫୯ରେ ଥିବା ଏକ ଗ୍ୟାରେଜରେ ରବିବାର ଜଣେ ଯୁବକ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଇପିଲି ଜଗନ୍ନାଥ ( ୩୫)।
ଜଗନ୍ନାଥ ଓ ତାଙ୍କ ସ୍ତ୍ରୀ ସରିତାଙ୍କ ମଧ୍ୟରେ ପୂର୍ବରୁ ପାରିବାରିକ ଅଶାନ୍ତି ଲାଗି ରହିଥିଲା। ଏଥିପାଇଁ ସରିତା କିଛିଦିନ ହେଲା ଦୁଇ ପୁଅଙ୍କୁ ନେଇ ବାପଘର କୁକୁଡ଼ାଖଣ୍ଡିରେ ରହୁଥିଲେ। ଅପରାହ୍ନରେ କୌଣସି କଥାକୁ ନେଇ ଜଗନ୍ନାଥ ଶ୍ୱଶୁର ଘରକୁ ଯାଇ ଗଣ୍ଡଗୋଳ କରିଥିଲେ। ପରେ ଶାଶୁ ଓ ସ୍ତ୍ରୀଙ୍କୁ ମାରପିଟ୍ କରିଥିଲେ। ଏ ନେଇ ଶାଶୁ ଓ ସ୍ତ୍ରୀ ସରିତା ବ୍ରହ୍ମପୁର ସଦର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ। ଏହି ସମୟରେ ଜଗନ୍ନାଥ ଗୋପୀନାଥପୁର ଛକରେ ଥିବା ଏକ ଗ୍ୟାରେଜକୁ ଆସିଥିଲେ। ସେଠାରେ ଭିତରପଟୁ କବାଟ ବନ୍ଦ କରି ଏକ ପିସ୍ତଲରୁ ନିଜ ବେକକୁ ଗୁଳି ଚଳାଇଥିଲେ। ଖବର ପାଇ ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ ଓ ପୋଲିସ ଟିମ୍ ତହସିଲଦାର ପ୍ରଭାତ କୁମାର ପରିଡ଼ାଙ୍କ ଉପସ୍ଥିତିରେ ବନ୍ଦ ଥିବା ଗ୍ୟାରେଜର କବାଟ ଭାଙ୍ଗି ମୃତଦେହକୁ ବାହାର କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଛି। ତେବେ ପାରିବାରିକ ଅଶାନ୍ତିରୁ ଜଗନ୍ନାଥ ଆତ୍ମହତ୍ୟା କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏ ନେଇ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!
ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

