ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ଡେରାବିଶ ବ୍ଲକ ନିକିରାଇ ଥାନା ରାୟତୁଣ୍ଡ ଗାଁର ମୂଳ ବାସିନ୍ଦା ତଥା କେନ୍ଦ୍ରାପଡ଼ା ସହର ବାସୁଳେଇଠାରେ ରହୁଥିବା ଶ୍ରୀଚନ୍ଦନ ଦାସ ଓରଫ କାଳିଆ। ମାର୍ଶାଘାଇ ଥାନାରେ କନ୍‌ଷ୍ଟେବଲ ଭାବେ କାର୍ଯ୍ୟରତ ଭଉଣୀ ଲଲିକା ଦାସ ପହଞ୍ଚିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ମୃତ୍ୟୁର କାରଣ ସମ୍ପର୍କରେ କେନ୍ଦ୍ରାପଡ଼ା ଟାଉନ ଥାନାରେ ଶ୍ରୀଚନ୍ଦନଙ୍କ ବାପା ଭରତଙ୍କ ଏତଲାରେ କୌଣସି ସ୍ପଷ୍ଟତା ନାହିଁ।
ତେବେ ଏହି ଘଟଣାରେ ପ୍ରଶାସନିକ ଅବହେଳା ମୁଖ୍ୟତଃ ଦାୟୀ ବୋଲି ଆଲୋଚନା ହେଉଛି। ଆଲୋଚନା ଅନୁଯାୟୀ ଭରତଙ୍କର ଦୁଇ ପୁଅ ଓ ଦୁଇ ଝିଅ। ସାନପୁଅ ଶ୍ରୀଚନ୍ଦନ ଘରୋଇ ଆମ୍ବୁଲାନ୍ସ ଚଳାନ୍ତି। ଗତ କିଛି ଦିନ ହେବ ଆର୍ଥିକ ଦୁଃସ୍ଥିତିରେ ଥିଲେ। ଅନୁସୂଚିତ ଜାତି ହୋଇଥିବାରୁ ଆର୍ଥିକ ଦୁଃସ୍ଥିତିରୁ ମୁକୁଳିବା ପାଇଁ ସେ ଜମି ବିକିବାକୁ ବାରମ୍ବାର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଅନୁମତିପତ୍ର ଲୋଡୁଥିଲେ। ଉପଜିଲାପାଳ ତାଙ୍କର ଆବେଦନ ପତ୍ରକୁ ଗୁରୁତ୍ୱ ନ ଦେଇ ଫେରାଉଥିଲେ। ପୂର୍ବାହ୍ନରେ ସେ ପ୍ରଥମେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରୁ ତିରସ୍କାର ମିଳିବାରୁ ଜିଲାପାଳଙ୍କୁ ଭେଟିଥିଲେ। ଜିଲାପାଳ ତାଙ୍କୁ ଉପ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପଠାଇଥିଲେ। ହେଲେ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରୁ ତାଙ୍କୁ ଧକ୍କା ଦେଇ ବାହାର କରି ଦିଆଯାଇଥିଲା। ଏହାପରେ ବହୁ ସମୟ ଧରି ବସି ରହିବା ପରେ କାର୍ଯ୍ୟାଳୟ କୋଠାରେ ସେ ଆତ୍ମହତ୍ୟା କରିଥିଲେ ବୋଲି କୁହାଯାଉଛି। ଏ ସମ୍ପର୍କରେ ଉପ ଜିଲାପାଳ ଅରୁଣ କୁମାର ନାୟକ କହିଛନ୍ତି, ଶ୍ରୀଚନ୍ଦନଙ୍କ କୌଣସି ପ୍ରକାର କାଗଜ କାର୍ଯ୍ୟାଳୟରେ ନାହିଁ। ଜିଲାପାଳ ରଘୁରାମ ଆର. ଆୟାର କହିଛନ୍ତି, ଏହା ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା। ଜିଲା ପୋଲିସ ପ୍ରତ୍ୟେକ ଦିଗକୁ ଲକ୍ଷ୍ୟ ରଖି ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଟାଉନ ଥାନା ଅଧିକାରୀ ଶୁଭେନ୍ଦୁ ସାହୁ କହିଛନ୍ତି, ଭରତଙ୍କ ଅଭିଯୋଗ ପତ୍ରକୁ ଭିତ୍ତିକରି ଏକ ଅପମୃତ୍ୟୁ ମାମଲା(ନଂ. ୫/୨୬)ରୁଜୁ ହୋଇ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri