ମାଓବାଦୀଙ୍କ ଲାଣ୍ଡମାଇନ୍‌ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ

ଫୁଲବାଣୀ ଅଫିସ, ୯।୨-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସାଡୀଙ୍ଗିଆ ପଞ୍ଚାୟତ କିଆମୁଣ୍ଡା ନିକଟରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍‌ ବିସ୍ପୋରଣରେ ଜଣେ ୨୨ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣଙ୍କ କିଆମୁଣ୍ଡା ଗାଁର ପିଙ୍କୁ କହଁର ବୋଲି ସୂଚନା ମିଳିଛି। କିଆମୁଣ୍ଡା ଗାଁ ନିକଟରେ ରାସ୍ତା କାମ ଚାଲିଥିଲା। ଏହାକୁ ବିରୋଧ କରି ମଙ୍ଗଳବାର ମାଓବାଦୀମାନେ ସମ୍ପୃକ୍ତ ଠିକା ସଂସ୍ଥାର ଦୁଇଟି ଜେସିବି ପୋଡିଦେବା ସହ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଜାଗାରେ ଲ୍ୟଣ୍ଡମାଇନ୍‌ ଖଞ୍ଜିଥିଲେ। ତେବେ ପିଙ୍କୁ ଗାଈ ଚରାଇବାକୁ ଯାଇଥିବା ବେଳେ ହଠାତ ଲ୍ୟଣ୍ଡମାଇନ୍‌ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ବୋମାଟି ଫୁଟି ଯିବା ଯୋଗୁ ଯୁବକଜଣକଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଘଟଣା ସ୍ଥଳରେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପୋଲିସ ଅଧିକାରୀ ପହଞ୍ଚିି ନ ଥିବା ଜଣାପଡିଛି। ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ ସହ ସନ୍ଧନୀ କୁକୁର ଦଳ ଯାଇ ଗୋଟିଏ ବୋମାକୁ ଫୁଟାଇଥିବା ବେଳେ ଗୋଟିଏ ବୋମାକୁ ନିଷ୍କ୍ରିୟ କରିଥିଲେ। ହେଲେ ବୁଧବାର ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri