ମାଓବାଦୀଙ୍କ ଲାଣ୍ଡମାଇନ୍‌ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ

ଫୁଲବାଣୀ ଅଫିସ, ୯।୨-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସାଡୀଙ୍ଗିଆ ପଞ୍ଚାୟତ କିଆମୁଣ୍ଡା ନିକଟରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍‌ ବିସ୍ପୋରଣରେ ଜଣେ ୨୨ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣଙ୍କ କିଆମୁଣ୍ଡା ଗାଁର ପିଙ୍କୁ କହଁର ବୋଲି ସୂଚନା ମିଳିଛି। କିଆମୁଣ୍ଡା ଗାଁ ନିକଟରେ ରାସ୍ତା କାମ ଚାଲିଥିଲା। ଏହାକୁ ବିରୋଧ କରି ମଙ୍ଗଳବାର ମାଓବାଦୀମାନେ ସମ୍ପୃକ୍ତ ଠିକା ସଂସ୍ଥାର ଦୁଇଟି ଜେସିବି ପୋଡିଦେବା ସହ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ଜାଗାରେ ଲ୍ୟଣ୍ଡମାଇନ୍‌ ଖଞ୍ଜିଥିଲେ। ତେବେ ପିଙ୍କୁ ଗାଈ ଚରାଇବାକୁ ଯାଇଥିବା ବେଳେ ହଠାତ ଲ୍ୟଣ୍ଡମାଇନ୍‌ ସଂସ୍ପର୍ଶରେ ଆସିଯାଇଥିଲେ। ଫଳରେ ବୋମାଟି ଫୁଟି ଯିବା ଯୋଗୁ ଯୁବକଜଣକଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ଘଟଣା ସ୍ଥଳରେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପୋଲିସ ଅଧିକାରୀ ପହଞ୍ଚିି ନ ଥିବା ଜଣାପଡିଛି। ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ ସହ ସନ୍ଧନୀ କୁକୁର ଦଳ ଯାଇ ଗୋଟିଏ ବୋମାକୁ ଫୁଟାଇଥିବା ବେଳେ ଗୋଟିଏ ବୋମାକୁ ନିଷ୍କ୍ରିୟ କରିଥିଲେ। ହେଲେ ବୁଧବାର ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri