ସ୍କ୍ରବ୍‌ ଟାଇଫସ୍‌ ନେଲା ଯୁବକଙ୍କ ଜୀବନ

ଟିଟିଲାଗଡ଼,୨୯।୯(ଶରତ ମିଶ୍ର): ସ୍କ୍ରବ୍‌ ଟାଇଫସ୍‌ର ଶିକାର ହୋଇ ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଭାଲେଗାଁ ପଞ୍ଚାୟତର ବାଗଡେର ଗ୍ରାମର ହିମାଂଶୁ ସାହୁ(୩୫)ଙ୍କ ଭୁବନେଶ୍ୱରରେ ଏକ ଘରୋଇ ଡାକ୍ତରଖାନାରେ ଗୁରୁବାର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ କୋକୁଆଭୟ ସୃଷ୍ଟି କରିଛି।

ମିଳିଥିବା ସୂଚନା ମୁତାବକ, ଅଗଷ୍ଟ ୨୮ରେ ହିମାଂଶୁଙ୍କୁ ଜ୍ୱର ହୋଇ ସେ ଅସୁସ୍ଥ ଅନୁଭବ କରିଥିଲେ। ପରିବାର ଲୋକେ ୨୯ରେ ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ସରକାରୀ ଡାକ୍ତରଖାନାକୁ ଆଣି ଡାକ୍ତରଙ୍କ ପରାମର୍ଶ ମୁତାବକ ଔଷଧ ନେଇଥିଲେ। ହେଲେ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ନ ହେବାରୁ ପୁଣି ଚଳିତ ମାସ ୪ରେ ଟିଟିଲାଗଡ଼ ଆଣି ରକ୍ତ ପରୀକ୍ଷା କରିଥିଲେ। ତାପରେ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ହେବାରୁ ତାଙ୍କୁ ୮ତାରିଖରେ କେସିଙ୍ଗା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରୁ ହିମାଂଶୁଙ୍କୁ ୧୧ ତାରିଖରେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ଓ ୧୪ରେ ବୁର୍ଲା ପଠାଯାଇଥିଲା। ହେଲେ ସେଠାରେ ସ୍ବାସ୍ଥ୍ୟାବସ୍ଥା ଆହୁରି ଖରାପ ହେବାରୁ ୧୭ରେ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱର ଆଣି ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ୧୮ତାରିଖରେ ପରୀକ୍ଷା ପରେ ହିମାଂଶୁ ସ୍କ୍ରବ୍‌ ଟାଇଫସ୍‌ର ଶିକାର ହୋଇଥିବା ଜଣାପଡିଥିଲା। ସେତେବେଳକୁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଯାଇଥିଲା। ଡାକ୍ତର ତାଙ୍କୁ ଆଇସିୟୁରେ ଭର୍ତ୍ତି କରିଥିଲେ। ୧୦ ଦିନ ଜୀବନ ସହ ସଂଘର୍ଷ ପରେ ହିମାଂଶୁ ଗୁରୁବାର ରାତିରେ ଡାକ୍ତରଖାନାରେ ଆଖି ବୁଜିଥିଲେ। ଶୁକ୍ରବାର ତାଙ୍କ ମୃତଦେହ ଗଁାକୁ ଅଣାଯାଇ ସତ୍କାର କରାଯାଇଛି। ପରିବାର ଲୋକ ଅଭିଯୋଗ କରିଛନ୍ତି ଯେ, ସେମାନେ ଗୋଟିଏ ସରକାରୀ ଡାକ୍ତରଖାନାରୁ ଆଉ ଗୋଟିଏ ଡାକ୍ତରଖାନା ଘୂରି ବୁଲୁଥିବା ବେଳେ କେଉଁଠାରେ ମଧ୍ୟ ରୋଗ ଚିହ୍ନଟ ହୋଇପାରିଲା ନାହିଁ କି ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରାଗଲା ନାହିଁ। ଡାକ୍ତର ବିଭିନ୍ନ ପରୀକ୍ଷା ପାଇଁ ପରାମର୍ଶ ଦେଉଥିବାବେଳେ ସ୍କ୍ରବ୍‌ ଟାଇଫସ୍‌ ପରୀକ୍ଷା କରାଗଲା ନାହିଁ। ହିମାଂଶୁ ଜଣେ ଅଟୋ ଡ୍ରାଇଭର ଥିଲେ। ହିମାଂଶୁଙ୍କ ମୃତ୍ୟୁ ପରେ ତାଙ୍କ ସ୍ତ୍ରୀ ଏବଂ ଦୁଇ ଶିଶୁ ଅସହାୟ ହୋଇପଡିଛନ୍ତି। ତାଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇଦେବାକୁ ଭାଲେଗାଁ ସରପଞ୍ଚ ଯୁଗଲ କିଶୋର ସାହୁ, ରାଜ୍ୟ ସରପଞ୍ଚ ସଂଘ କାର୍ଯ୍ୟକାରୀ ସଭାପତି ବୀରବର ସାହୁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri