ଗଛରେ ବାଇକ୍‌ ପିଟି ହୋଇ ଯୁବକ ମୃତ, ୨ ଗୁରୁତର

ଦିଗପହଣ୍ଡି,୪ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଘୋଡାହାଡ ଡ଼୍ୟାମ ମୁଖ୍ୟ ରାସ୍ତା ନନ୍ଦଗାଁ ଛକ ନିକଟରେ ଏକ ବାଇକ୍‌ ରାସ୍ତା ପାଶର୍‌ବରେ ଥିବା ଗଛକୁ ଧକ୍କା ଦେଇଥିଲା । ଏଥିରେ ହିଞ୍ଜିଳି ଥାନା ଶିକିରି ଗ୍ରାମର ଅନନ୍ତ ସାହୁଙ୍କ ମୃତ୍ୟୁ ହୋଇଛି। କଙ୍କୋରଡା ଗ୍ରାମର ସୁମନ ବରାଡ ଏବଂ ଆସିକା ଥାନା ଖଣ୍ଡଦେଉଳି ଗ୍ରାମର କାଳିଆ ପରିଡା ଗୁରୁତର ହୋଇ ବ୍ରହ୍ମପୁରରେ ଚିକିତ୍ସାଧୀନ ଅଛନ୍ତି।
ଖବରରୁ ଜଣାପଡିଛି, ଅନନ୍ତ କଙ୍କୋରଡା ଗ୍ରାମରେ ମାମୁ ପିଣ୍ଟୁ ଜେନାଙ୍କ ଘରେ ରହି ପାଠ ପଢୁଥିଲେ । ଗୁରୁବାର ସକାଳୁ ୩ ସାଙ୍ଗ ଅନନ୍ତ, ସୁମନ ଓ କାଳିଆ ମିଶି ଏକ ଆପାଚି ବାଇକ୍‌ (ଓଡି ୦୭ ଏ ୱାଇ- ୯୨୧୧) ଯୋଗେ ଦିଗପହଣ୍ଡି ବ୍ଲକ ଖମ୍ବାରି ଗାଁର ପ୍ରସିଦ୍ଧ ଉଜ୍ଜଳେଶ୍ୱର ଶୈବପୀଠକୁ ଦର୍ଶନ ପାଇଁ ଯାଉଥିଲେ। ଦିଗପହଣ୍ଡିଠାରୁ ଅଳ୍ପ ଦୂର ଯିବା ବାଟରେ ବାଇକ୍‌ ଚାଳକ ସୁମନ ନିୟନ୍ତ୍ରଣ ହରାଇ ରାସ୍ତା ପାଶର୍‌ବରେ ଥିବା ଏକ ଗଛକୁ ଧକ୍କା ଦେଇଥିଲେ। ସମସ୍ତେ ରାସ୍ତା କଡକୁ ଛିଟିକି ପଡିଥିଲେ। ରାସ୍ତାରେ ଯାଉଥିବା କେତେ ଜଣ ବ୍ୟକ୍ତି ଗୁରୁତର ଅବସ୍ଥାରେ ୩ ଜଣଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ସହ ସେମାନଙ୍କ ପରିଚୟ ସଂଗ୍ରହ କରି ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ସମସ୍ତ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଅନନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟ ପକ୍ଷରେ ଅନନ୍ତଙ୍କ ମାମୁ ଦିଗପହଣ୍ଡି ଥାନାରେ ବାଇକ୍‌ ଚାଳକ ସୁମନଙ୍କ ବିରୋଧରେ ଏତଲା ଦେଇଛନ୍ତି। ଏହାକୁ ଭିତ୍ତିକରି ପୋଲିସ ନଂ. ୧୩୦/୨୫ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଦୁର୍ଘଟଣାଗସ୍ତ ବାଇକ୍‌ ଜବତ ହୋଇଥିବା ଆଇଆଇସି ପ୍ରଶାନ୍ତ ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri