ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ । ଫଳରେ ଗଛ ସନ୍ଧିରେ ଚାପି ହୋଇ ୨୦ ଫୁଟ ଉପରେ ଏକ ଘଣ୍ଟା ଧରି ଝୁଲିରହିଲେ ଯୁବକ । ଫଳରେ ଯୁବକଙ୍କର ମୃତ୍ୟୁ ହୋଇଛି ।

ଖବର ଅନୁସାରେ, ଶାଣଦେଇ ଗ୍ରାମର କୁଅଁର ହାଁସଦା କଟୁରିଆ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ବାଡ଼ିରେ ଥିବା ଗଛ କାଟିବା ପାଇଁ ଗଛ ଉପରକୁ ଉଠିଥିଲେ । ଗଛର ଡାଳ କାଟିବା ପରେ ହଠାତ ଉକ୍ତ ଗଛ ଉପରେ ପଡି ରହିଥିବା ଅନ୍ୟ ଏକ ଡାଳ କୁଅଁରଙ୍କ ଉପରେ ଚାପି ହୋଇ ରହିଥିଲା। ପ୍ରାୟ ୨୦ ଫୁଟ ଉପରେ ସେ ଏହି ଝୁଲନ୍ତା ଅବସ୍ଥାରେ ରହିଥିବା ଦେଖି ଦମକଳ ବିଭାଗକୁ ଖବର ଦେଇଥିଲେ। କପ୍ତିପଦା ଦମକଳ ବିଭାଗ ଘଟଣା ସ୍ଥଳରେ ପହଞ୍ଚି କୁଅଁରଙ୍କୁ ଉଦ୍ଧାର କରିଥିଲେ । ପରେ ତାଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଏହି ଘଟଣାରେ କପ୍ତିପଦା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri